ପୁରୀ: ମହାପ୍ରଭୁଙ୍କ ଘୋଷଯାତ୍ରା ନେଇ ଲକ୍ଷ୍ମୀ ଠାକୁରାଣୀ ରାଗିଛନ୍ତି । ମହାଲକ୍ଷ୍ମୀଙ୍କ ରାଗକୁ ପ୍ରଶମିତ କରିବା ପାଇଁ ଆଜି ରସଗୋଲା ଖୁଆଇବେ ମହାପ୍ରଭୁ । ଆଜି ରସଗୋଲା ଭୋଗ ଲାଗିହେବ । ମହାପ୍ରଭୁ ଶ୍ରୀଜଗନ୍ନାଥ ମହାଲକ୍ଷ୍ମୀଙ୍କୁ ରସଗୋଲା ଦେଇ ଜୟବିଜୟ ଦ୍ୱାର ନିକଟରେ ମାନଭଞ୍ଜନ କରିବେ। ହଜାର ହଜାର ଭକ୍ତ ଏହି ସମୟରେ ମହାପ୍ରଭୁଙ୍କୁ ରସଗୋଲା ଲାଗି କରିବେ। ମହାଲକ୍ଷ୍ମୀଙ୍କ ସହ ସମ୍ପର୍କ ଦୃଢ଼ ହେବା ପାଇଁ ରସଗୋଲା ଭୋଗ ଲାଗି କରିବା ବିଶ୍ୱାସ ଥିବାରୁ ଆଜି ବି ଶ୍ରୀକ୍ଷେତ୍ରରେ ଭିଡ଼ ଜମିବ । ମହାପ୍ରଭୁ ଶ୍ରୀଜଗନ୍ନାଥ ପହଣ୍ଡି ବିଜେ ବେଳେ ଲକ୍ଷ୍ମୀ ଠାକୁରାଣୀଙ୍କ ରୋଷର ଶିକାର ହେବେ। ଚାହାଣି ମଣ୍ଡପରୁ ମା’ ଲକ୍ଷ୍ମୀ ଠାକୁରାଣୀ ପ୍ରଭୁଙ୍କ ଆଗମନକୁ ଦେଖି ଅଭିମାନରେ ନୀଳଦ୍ରି ବିଜେ ପୂର୍ବରୁ ସହଚରୀମାନଙ୍କ ଦ୍ବାରା ସିଂହଦ୍ୱାରକୁ ବନ୍ଦ କରିବେ । ଏହି ନୀତି ପାଳନ ପାଇଁ କିଛି ସମୟ ସିଂହଦ୍ୱାର ବନ୍ଦ ରହିବ। ପରେ ମହାପ୍ରଭୁ ମା’ ଲକ୍ଷ୍ମୀ ଠାକୁରାଣୀଙ୍କ ମାନଭଞ୍ଜନ କରି ସିଂହଦ୍ବାର ବାଇଶି ପାହାଚ ଦେଇ ଶ୍ରୀମନ୍ଦିରରେ ପ୍ରବେଶ କରିଥିଲେ। କିନ୍ତୁ ଜଗମୋହନକୁ ପ୍ରବେଶ କରିବା ପରେ ପୁଣି ଥରେ ଜୟବିଜୟ ଦ୍ୱାରଠାରେ ବିରୋଧର ସମ୍ମୁଖୀନ ହେବେ ମହାପ୍ରଭୁ। ଶ୍ରୀମନ୍ଦିର ଜୟବିଜୟ ଦ୍ୱାରକୁ ମା’ ଲକ୍ଷ୍ମୀଙ୍କ ସହଚରୀମାନେ କ୍ଷଣକ ପାଇଁ ବନ୍ଦ କରି କରିବେ। ଏଠାରେ ମହାପ୍ରଭୁଙ୍କ ସହଚର ଓ ମା’ ଲକ୍ଷ୍ମୀଙ୍କ ସହଚରୀଙ୍କ ମଧ୍ୟରେ ପାରମ୍ପରିକ ବଚନିକା ପରେ ଜୟବିଜୟ ଦ୍ୱାର ଖୋଲାଯିବ । ଏସବୁ ମନୋରମ ଦୃଶ୍ୟ ଦେଖିବା ପାଇଁ ପ୍ରବଳ ଭକ୍ତସମାଗମ ମଧ୍ୟ ହେବ ।
Trending
- ଚାଷୀଙ୍କ ଖାତାରେ ସିଏମ କିଷାନର ପଞ୍ଚମ କିସ୍ତି , ଡିବିଟି ମାଧ୍ୟମରେ ଚାଷୀଙ୍କ ଖାତାକୁ ଗଲା ଟଙ୍କା
- ଲକ୍ଷ୍ମୀସାଗର ବ୍ରହ୍ମାକୁମାରୀ ସେଣ୍ଟରରେ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ପାଳିତ: ଦିବ୍ୟ ଗୁଣ ଧାରଣ ପାଇଁ ଆହ୍ୱାନ
- ମହାକାଶରେ ଭାରତର ନୂଆ ଆଖି । EOS-05ର ସଫଳ ଉତକ୍ଷେପଣ
- ଏଣିକି ଜମି କିଣାବିକା ପଞ୍ଜୀକରଣ ଦଲିଲ ମାତ୍ର ଚାରି ପୃଷ୍ଠାରେ ସୀମିତ ରହିବା ସହ ସେଲ୍ ଡିଡ୍ ରେଜିଷ୍ଟ୍ରେସନ ସମ୍ପୂର୍ଣ୍ଣ ପେପରଲେସ୍ ହେବ
- ଓଡ଼ିଶା ଯାତ୍ରୀ ସୁରକ୍ଷା ଆପର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ସ୍କୁଲ ଆସିବା-ଯିବା କିମ୍ବା ପରିସରରେ ଛାତ୍ରଛାତ୍ରୀଙ୍କ ଦୁର୍ଘଟଣା ଘଟିଲେ ମିଳିବ ୨ ଲକ୍ଷ ସହାୟତା ଘୋଷଣା କଲେ ରାଜ୍ୟ ସରକାର
- ପୂର୍ବତନ ମନ୍ତ୍ରୀ ତଥା ଆମ୍ ଆଦମୀ ପାର୍ଟିର ନେତା ସତ୍ୟେନ୍ଦ୍ର ଜୈନଙ୍କୁ ବଡ଼ ଆଶ୍ୱସ୍ତି, ମିଳିଲା ଜାମିନି
- ପବିତ୍ର ଜନ୍ମାଷ୍ଟମୀ ପାଇଁ ଚଳଚଞ୍ଚଳ କନ୍ଧମାଳ ଜିଲ୍ଲା, ଆଶ୍ରମରେ ସମସ୍ତ ପ୍ରକାର ପ୍ରସ୍ତୁତି ଶେଷ
- ଆସନ୍ତାକାଲି ମିଳିବ ସିଏମ୍-କିଷାନ ଯୋଜନାର ପଞ୍ଚମ କିସ୍ତି,ରାଜ୍ୟର ୪୧ ଲ୪ରୁ ଉର୍ଦ୍ଧ କୃଷକ ପରିବାର ଉପକୃତ ହେବେ
- ଭିତରକନିକାରେ ତିନି ଦିନ ଧରି ପକ୍ଷୀ ଗଣନା ଚାଲିବ,ସକାଳ ୬ରୁ ଦିନ ୧୨ଟା ପର୍ଯ୍ୟନ୍ତ ପକ୍ଷୀ ଗଣନା
Prev Post
Next Post