ଶ୍ରୀମନ୍ଦିର ରୋଷରେ ଲୁହା କଡ଼େଇ ବ୍ୟବହାର ଅଭିଯୋଗରେ ୩ ସୂପକାରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ । ସେମାନେ ଶ୍ରୀମନ୍ଦିର ପରିସର କିମ୍ବା ଶ୍ରୀମନ୍ଦିର ରୋଷରେ ପ୍ରବେଶ କରିପାରିବେ ନାହିଁ । ତିନି ସୁପକାରଙ୍କ ମଧ୍ୟରୁ ଜଣେ ପାଳିଆ ସେବକ ହୋଇଥିବାରୁ ତାଙ୍କୁ ମହାପ୍ରଭୁଙ୍କ ସେବା ପୂଜାରୁ ମଧ୍ୟ ନିଲମ୍ବିତ କରାଯାଇଛି l
ଶ୍ରୀଜଗନ୍ନାଥ ମନ୍ଦିର ଆଇନ୍ ୧୯୫୫ର ୨୧ ଖ (କ) ଧାରା ଅନୁସାରେ ଶ୍ରୀମନ୍ଦିର ପ୍ରଶାସନ ଏହି କାର୍ଯ୍ୟାନୁଷ୍ଠାନ ନେଇଛି । ମହାପ୍ରଭୁଙ୍କ ସେବା ପୂଜାରେ କୌଣସି ପରମ୍ପରା ବହିର୍ଭୂତ କାର୍ଯ୍ୟ କି ବିଶୃଙ୍ଖଳାକୁ ବରଦାସ୍ତ କରାଯିବ ନାହିଁ ବୋଲି କହିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ ।