ଶ୍ରୀଜିଉଙ୍କ ସ୍ନାନଯାତ୍ରା

ପୁରୀ :  ପବିତ୍ର ଦେବସ୍ନାନ ପୂର୍ଣ୍ଣିମା ପାଇଁ ରତ୍ନ ସିଂହାସନରେ ଦର୍ଶନ ଦେଉଥିବା ଚତୁର୍ଦ୍ଧାମୂର୍ତ୍ତି ଆଜି ଅଗଣିତ ଭକ୍ତଙ୍କୁ ସ୍ନାନବେଦିରୁ ଦର୍ଶନ ଦେଉଛନ୍ତି। ପୁରୀରେ ଏଥିପାଇଁ ଶ୍ରଦ୍ଧାଳୁଙ୍କ ଭିଡ଼ ଜମିବାରେ ଲାଗିଛି । ପୁରୀ ସହରେ ସ୍ନାନଯାତ୍ରାର ଭିଡ଼ ଦେଖିବାକୁ ମିଳିଛି। ହଜାର ହଜାର ସଂଖ୍ୟାରେ ଭକ୍ତ  ବଡ଼ଦାଣ୍ଡରେ ପହଁଚିଛନ୍ତି । ମହାପ୍ରଭୁଙ୍କ ଦର୍ଶନ କରୁଛନ୍ତି।

YouTube player

ମଙ୍ଗଳାର୍ପଣ ପରେ ଡୋରଲାଗି ଓ ପୁଷ୍ପାଞ୍ଜଳି ସହ ଭୋର୍‌ ୪ଟାରୁ ଶ୍ରୀଜିଉଙ୍କ ପହଣ୍ଡି ଆରମ୍ଭ ହୋଇଥିଲା। ଏବେ ଚତୁର୍ଧାମୂର୍ତ୍ତି ସ୍ନାନ ମଣ୍ଡପରେ ବିଜେ କରିଛନ୍ତି । ଏହାପରେ ସ୍ନାନ ନୀତି ଆରମ୍ଭ ହେବ। ପହଣ୍ଡି ଶେଷପରେ ମଙ୍ଗଳ ଆଳତି, ମଇଲମ, ତଡ଼ପଲାଗି, ଅଧରପୋଛା, ଅବକାଶ, ବେଶଶେଷ, ରୋଷହୋମ, ସୂର୍ଯ୍ୟପୂଜା, ଦ୍ବାରପାଳ ପୂଜା ପରେ ସାଢ଼େ ୯ଟାରୁ ସାଢ଼େ ୧୧ଟା ଭିତରେ ଜଳବିଜେ, ପୂଜା ଓ ସ୍ନାନ ନୀତି ଅନୁଷ୍ଠିତ ହେବ। ମଧ୍ୟାହ୍ନ ୧୨ଟା ୧୫ରେ ଛେରାପହଁରା ପରେ ଶ୍ରୀଜିଉ ଗଜବେଶ ହେବେ। ଗଜବେଶ ଶେଷପରେ ଅପରାହ୍ନ ୩ଟା ୧୫ରେ ମହନ୍ତ ଶାଢ଼ୀବନ୍ଧା, ସାଢ଼େ ୩ଟାରୁ ୫ଟା ଘଣ୍ଟଛତା ସକାଳଧୂପ ଅନୁଷ୍ଠିତ ହେବ। ପରେ ସନ୍ଧ୍ୟା ୬ଟାରୁ ସାହାଣମେଲା ଦର୍ଶନ ଆରମ୍ଭ ହେବ। ଗଜବେଶ ଓଲାଗି ପରେ ରାତି ୧୦ଟାରୁ ୧ଟା ଭିତରେ ଶ୍ରୀଜିଉଙ୍କ ବାହୁଡ଼ା ପହଣ୍ଡି ଶେଷ ହେବ। ରାତି ସାଢ଼େ ଗୋଟାଏରେ ସୁନା ଚିତା ଓ ରାହୁରେଖା ମଇଲମ ନୀତି ଅନୁଷ୍ଠିତ ହେବ।

ଏସ୍‌ପି ଡା. କେ. ବିଶାଳ ସିଂହ ଆଜି ନିଜେ ଘଟଣାସ୍ଥଳରେ ରହି ଭିଡ଼ ନିୟନ୍ତ୍ରଣ କରୁଛନ୍ତି।