ଶ୍ରୀବିଗ୍ରହଙ୍କ ଖସାପଡ଼ା ଲାଗି ନୀତି

ପୁରୀ : ଆଜି ସୋମବାର ଚୈତ୍ର କୃଷ୍ଣ ଚତୁର୍ଦ୍ଦଶୀ ତିଥି । ଶ୍ରୀବିଗ୍ରହଙ୍କ ଖସାପଡ଼ା ଲାଗି ନୀତି ଅନୁଷ୍ଠିତ ହୋଇଛି । ତେଣୁ ଦ୍ବିତୀୟ ଭୋଗମଣ୍ଡପ ଶେଷ ହେବା ପରେ ଅପରାହ୍‌ଣ ୫ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ଖସାପଡ଼ା ନୀତି ଏକ ଗୁପ୍ତ ସେବା ହୋଇଥିବାରୁ ଏହି ସମୟ ମଧ୍ୟରେ ସର୍ବସାଧାରଣ ଦର୍ଶନ ବାରଣ ରହିଛି।  ବେହରଣ ଦ୍ବାର ଦଇତାପତିମାନେ ଗର୍ଭଗୃହକୁ ଯାଇ ରତ୍ନ ସିଂହାସନ ଉପରେ ମହାପ୍ରଭୁଙ୍କ ଏହି ଗୁପ୍ତ ନୀତି ସମ୍ପାଦନ କରିଥାଆନ୍ତି।