ଆଜି ବସିବ ରାଜ୍ୟ କ୍ୟାବିନେଟ୍ର ଗୁରୁତ୍ୱପୂର୍ଣ୍ଣ ବୈଠକ । ନିଆଯାଇପାରେ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି । ନୂଆ ସରକାର ଅନେକ ପ୍ରତିଶ୍ରୁତି ଦେଇଥିବା ବେଳେ ତାହା କିପରି ପୂରଣ କରୁଛି ତାହା ଦେଖିବାକୁ ଲୋକଙ୍କ ଅପେକ୍ଷା ରହିଛି । ପୂର୍ବାହ୍ନ ୧୧ଟା ୩୦ ମିନିଟରେ ଲୋକସେବା ଭବନରେ ବୈଠକ ଅନୁଷ୍ଠିତ ହେବ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବ ଏହି ବୈଠକ । ମୋଟ ୫ଟି ପ୍ରସ୍ତାବ ଉପରେ ଆଲୋଚନା ହେବାର ସମ୍ଭାବନା ରହିଛି। ରାଜ୍ୟ ସରକାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମ ଦିବସ ଅର୍ଥାତ୍ ଆସନ୍ତା ସେପ୍ଟେମ୍ବର ୧୭ ତାରିଖରେ ସୁଭଦ୍ରା ଯୋଜନାର ଶୁଭାରମ୍ଭ କରିବାକୁ ଘୋଷଣା କରିଛନ୍ତି। କ୍ୟାବିନେଟ୍ରେ ସୁଭଦ୍ରା ଯୋଜନା ପାଇଁ ପ୍ରସ୍ତୁତ ଗାଇଡ୍ଲାଇନକୁ ଅନୁମୋଦନ ମିଳିପାରେ।
Trending
- ମହାରାଷ୍ଟ୍ର ପୌର ନିର୍ବାଚନରେ ଭାଜପାର ବିପୁଳ ବିଜୟ
- ଅରବିନ୍ଦ ମହାପାତ୍ର ଏବଂ ସନାତନ ମହାକୁଡ଼ଙ୍କୁ ସସପେଣ୍ଡ ପରେ ବିଜେଡିରୁ ଯାଜପୁର ଜିଲା ପରିଷଦ ଅଧ୍ୟକ୍ଷାଙ୍କୁ ନିଲମ୍ବନ
- ନିପା ଭାଇରସ୍ର ମୁକାବିଳା ପାଇଁ ରାଜ୍ୟରେ ଟେକ୍ନିକାଲ ଟିମ୍ ଗଠନ
- ସୁନ୍ଦରଗଡ଼ ଗୋଷ୍ଠୀ ସଂଘର୍ଷ ଘଟଣା: ମସ୍ତ ସ୍କୁଲ ଓ କଲେଜ ବନ୍ଦ ସମେତ ୨୪ଘଣ୍ଟା ପାଇଁ ଇଣ୍ଟରନେଟ ବନ୍ଦ
- ବିଜେଡ଼ିରୁ ସସପେଣ୍ଡ ହେଲେ ଚମ୍ପୁଆ ବିଧାୟକ ସନା ମହାକୁଡ଼ ଓ ପାଟକୁର ବିଧାୟକ ଅରବିନ୍ଦ ମହାପାତ୍ର
- ମମତା ବାନାର୍ଜୀଙ୍କୁ ଝଟକା, ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଅଧିକାରୀଙ୍କ ବିରୁଦ୍ଧରେ ରୁଜୁ ହୋଇଥିବା FIR ରେ ରୋକ ଲଗାଇଲେ ସୁପ୍ରିମକୋର୍ଟ
- କୃଷିଭିତ୍ତିକ ପର୍ବ ପୋଙ୍ଗଲ ପାଳିଲେ ପ୍ରଧାନମନ୍ତ୍ରୀ
- ଆଜି ପବିତ୍ର ମକର ସଂକ୍ରାନ୍ତି, ମକରଚୌରାସୀ ବେଶରେ ଅଗଣିତ ଭକ୍ତଙ୍କୁ ଦର୍ଶନ ଦେବେ ମହାପ୍ରଭୁ
- ଆଜି ମକର ସଂକ୍ରାନ୍ତି , ବନ୍ଦ ରହିଛି ମହାପ୍ରଭୁ ଲିଙ୍ଗରାଜଙ୍କ ନୀତିକାନ୍ତି
- ଆସନ୍ତା ୧୮ ତାରିଖ ଭିତରେ ମିଳିବ ସୁଭଦ୍ରା ଟଙ୍କା
Prev Post