ଅକ୍ଟୋବର ୯ରେ ମିଳିବ ସୁଭଦ୍ରା ଟଙ୍କା

ରାଜ୍ୟର ପ୍ରାୟ ୪୦ଲକ୍ଷ ମହିଳାଙ୍କୁ ଆସନ୍ତା ଅକ୍ଟୋବର ୯ତାରିଖରେ ସୁଭଦ୍ରା ଯୋଜନାରେ ୫ହଜାର ଟଙ୍କା ଲେଖାଏ ମିଳିବ। ଏନେଇ ବାରିପଦାରେ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ଟଙ୍କା ପ୍ରଦାନ କରିବେ ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା କହିଛନ୍ତି।

ସେ କହିଛନ୍ତି ଯେ ସୁଭଦ୍ରା ଯୋଜନାରେ ମହିଳାଙ୍କୁ ବର୍ଷକୁ ଦୁଇଟି କିସ୍ତିରେ ୧୦ହଜାର ଟଙ୍କା ପ୍ରଦାନ କରାଯିବ। ସେପ୍ଟେମ୍ବର ୧୭ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପ୍ରଥମ କିସ୍ତିରେ ୨୫ଲକ୍ଷ ୧୧ହଜାର ମହିଳାଙ୍କ ଆକାଉଣ୍ଟକୁ ଟଙ୍କା ପଠାଇଥିଲେ। ଏବେ ଦ୍ବିତୀୟ ପର୍ଯ୍ୟାୟରେ ମୁଖ୍ୟମନ୍ତ୍ରୀ ପ୍ରାୟ ୪୦ଲକ୍ଷ ମହିଳାଙ୍କୁ ଟଙ୍କା ପ୍ରଦାନ କରିବେ। ମାର୍ଚ୍ଚ ୮ ସୁଦ୍ଧା ସମସ୍ତ ଯୋଗ୍ୟ ହିତାଧିକାରୀଙ୍କୁ ପ୍ରଥମ କିସ୍ତିର ଟଙ୍କା ପ୍ରଦାନ କରାଯିବ। ମାର୍ଚ୍ଚ ୮ରେ ଅନ୍ତର୍ଜାତୀୟ ମହିଳା ଦିବସରେ ଦ୍ବିତୀୟ କିସ୍ତି ପ୍ରଦାନ କରାଯିବ। ବର୍ତ୍ତମାନ ସୁଦ୍ଧା ୯୭ ଲକ୍ଷରୁ ଅଧିକ ମହିଳା ‘ସୁଭଦ୍ରା’ ଯୋଜନାରେ ଆବେଦନ କରିଛନ୍ତି।ସୂଚନାଯୋଗ୍ୟ ଯେ ରାଜ୍ୟ ସରକାର ସୁଭଦ୍ରା ଯୋଜନାରେ ପ୍ରାୟ ୧କୋଟିରୁ ଅଧିକ ମହିଳାଙ୍କୁ ବାର୍ଷିକ ୫୦ହଜାର ଟଙ୍କା ପ୍ରଦାନ କରିବାକୁ ନିଷ୍ପତ୍ତି ନେଇଛନ୍ତି।