୨୧ ତାରିଖରେ ଖୋଲିବ ସ୍କୁଲ

ଭୁବନେଶ୍ୱର: ରାଜ୍ୟରେ ବଢିଲା ଗ୍ରୀଷ୍ମ ଛୁଟି ଅବଧି । ୨ ଦିନ ବଢ଼ିଲା ଖରାଛୁଟି । ଆସନ୍ତା ୧୯ ତାରିଖରେ ସ୍କୁଲ ଖୋଲିବାର ଥିଲା  । ମାତ୍ର ଏବେ ଗ୍ରୀଷ୍ମ ପ୍ରବାହ ଜାରି ରହିଥିବାରୁ ୨ ଦିନ ଛୁଟି ବଢାଯାଇଛି  । ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଛୁଟି ଅବଧିକୁ ବୃଦ୍ଧି କରିଛନ୍ତି ରାଜ୍ୟ ସରକାର । ଆସନ୍ତା ୧୯ ତାରିଖ ପରିବର୍ତ୍ତେ ୨୧ ତାରିଖରେ ଖୋଲିବ ସ୍କୁଲ । ଏନେଇ ସ୍କୁଲ ଓ ଗଣଶିକ୍ଷା ବିଭାଗ ତରଫରୁ ନିର୍ଦ୍ଦେଶନାମା ଜାରି କରାଯାଇଛି । ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଏପ୍ରିଲ ୨୧ ତାରିଖରୁ ସ୍କୁଲରେ ଖରାଛୁଟି ହୋଇଥିଲା ।