ମହାପ୍ରଭୁଙ୍କ ସୁନାବେଶ ଦେଖିବାକୁ ବଡ଼ଦାଣ୍ଡରେ ଲକ୍ଷାଧିକ ଭକ୍ତ

ପୁରୀ: ତିନିରଥ ଉପରେ ମହାପ୍ରଭୁଙ୍କ ସୁନାବେଶ ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି।   ବାହୁଡ଼ାଯାତ୍ରା ସାରି ଫେରିବା ପରେ ସିଂହଦ୍ବାରରେ ରଥ ଉପରେ  ଅଗଣିତ ଭକ୍ତ ମହାପ୍ରଭୁଙ୍କୁ  ସୁନାବେଶରେ ଦର୍ଶନ କରି ପୂଣ୍ୟଲାଭ କରୁଛନ୍ତି ।  ବିରଳ ବେଶ ‌ଦର୍ଶନ କରିବାକୁ ବଡ଼ଦାଣ୍ଡରେ ଅପେକ୍ଷା କରି ରହିଛନ୍ତି। ବର୍ଷବ୍ୟାପୀ ରତ୍ନବେଦିରେ ସୁନାବେଶରେ ଦର୍ଶନ ଦେଉଥିବା ମହାବାହୁ ମହଣ ମହଣ ରତ୍ନଖଚିତ ସୁବର୍ଣ୍ଣ ଅଳଙ୍କାର ପିନ୍ଧି ବଡ଼ଦାଣ୍ଡରେ ଦେବେ ଦର୍ଶନ। ସୁନାର କିରିଟ, କୁଣ୍ଡଳ, ରତ୍ନଖଚିତ ଘାଗଡ଼ା ମାଳି, ବାହାଡ଼ା ମାଳି, ତାବିଜ ମାଳି, ହରିଡ଼ା କଦମ୍ୱ ମାଳି, ବାଘନଖୀ ମାଳି, ସେବତୀ ମାଳି, ହଳମୁଷଳ, ଚକ୍ର, ତିଳକ, ଆଡ଼କାନି, ଚନ୍ଦ୍ର-ସୂର୍ଯ୍ୟ, ଅଳକା, ଓଡ଼ିଆଣୀ, ଚନ୍ଦ୍ରିକା, ତଡ଼ଗି ଆଦି ଆଭୂଷଣରେ ସଜାଇ ହୋଇଛନ୍ତି ମହାପ୍ରଭୁ ।

YouTube player