୨ ବିଜେପି ନେତାଙ୍କୁ ଗାଡ଼ି ଚଢାଇ ହତ୍ୟା ଘଟଣାରେ ରିମାଣ୍ଡରେ ଆସିବ ଅଭିଯୁକ୍ତ
ସମ୍ବଲପୁରରେ ୨ ବିଜେପି ନେତାଙ୍କୁ ଗାଡ଼ି ଚଢାଇ ହତ୍ୟା ଘଟଣାରେ ରିମାଣ୍ଡରେ ଆସିବ ଅଭିଯୁକ୍ତ । ଗିରଫ ଅଭିଯୁକ୍ତ ଡ୍ରାଇଭର ପ୍ରସନ୍ନ ଜେନାମଣି ବାରମ୍ବାର ନିଜ ବୟାନ ବଦଳାଉଥିବା ବେଳେ, ସତ ଆଦାୟ କରିବାକୁ ୭ ଦିନିଆ ରିମାଣ୍ଡ ପାଇଁ କୋର୍ଟରେ ଆବେଦନ କରିଥିଲା ବୁର୍ଲା ପୋଲିସ । ତେବେ ୩ ଦିନ ରିମାଣ୍ଡ ପାଇଁ ଅନୁମତି ଦେଇଛନ୍ତି JMFC କୋର୍ଟ । ଗତରାତିରେ ଅଭିଯୁକ୍ତ ଡ୍ରାଇଭରକୁ କୋର୍ଟଚାଲାଣ କରାଯାଇଥିଲା ।