ଭୁବନେଶ୍ବରରେ ‘ଆମ ସମ୍ବିଧାନ, ଆମ ସ୍ବାଭିମାନ’ ପଦଯାତ୍ରାରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ

ଆଜି ହେଉଛି ସମ୍ବିଧାନ ଦିବସ । ପ୍ରତି ବର୍ଷ ନଭେମ୍ବର ୨୬ ତାରିଖରେ ଏହି ଦିବସ ପାଳନ କରାଯାଏ । ଏହି ପରିପ୍ରେକ୍ଷୀରେ ରାଜଧାନୀ ଭୁବନେଶ୍ୱରରେ ରାଜ୍ୟ ସରକାରଙ୍କ ପକ୍ଷରୁ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମ କରାଯାଇଛି। ଅନୁଷ୍ଠିତ ପଦଯାତ୍ରାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗ ଦେଇଛନ୍ତି। ପଦଯାତ୍ରା ଭୁବନେଶ୍ବର ଏଜି ଛକରୁ ବହାରି କ୍ୟାପିଟାଲ ହସ୍ପିଟାଲ ଛକ ଯାଏ ଯାଇଥିଲା। ଏଥିରେ ବିଭିନ୍ନ ବର୍ଗର ଲୋକେ ସାମିଲ ହୋଇଥିଲେ। କାର୍ଯ୍ୟକ୍ରମରେ କ୍ରୀଡ଼ାମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜଙ୍କ ସହ ବିଭିନ୍ନ ବିଭାଗର ଅଧିକାରୀ ସାମିଲ ହୋଇଥିଲେ।