ଆସନ୍ତା ସୋମବାର ମୁଖ୍ୟମନ୍ତ୍ରୀଙ୍କ ଜନ ଶୁଣାଣି ବନ୍ଦ ରହିବ

ଆସନ୍ତା ଡିସେମ୍ବର ୨୩ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ବନ୍ଦ ରହିବ। ମୁଖ୍ୟମନ୍ତ୍ରୀଙ୍କ ଅନ୍ୟ ସରକାରୀ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟଥିବାରୁ ଡିସେମ୍ବର୨୩ରେ ଭୁବନେଶ୍ୱର, ୟୁନିଟ-୫ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଜନ ଶୁଣାଣି ବନ୍ଦ ରହିବ। ପରବର୍ତ୍ତୀ ଅଭିଯୋଗ ଶୁଣାଣିର ତାରିଖ ଗଣମାଧ୍ୟମ ଜରିଆରେ ଜଣାଇ ଦିଆଯିବ।