୨୦୨୭ ଡିସେମ୍ବର ସୁଦ୍ଧା ପ୍ରଥମ ପର୍ଯ୍ୟାୟ ମେଟ୍ରୋ ପ୍ରକଳ୍ପ ଶେଷ ହେବ
ଭୁବନେଶ୍ବର ସାଂସଦ ଅପରାଜିତା ଷଡ଼ଙ୍ଗୀ ଆଜି ମେଟ୍ରୋ ପ୍ରକଳ୍ପକୁ ନେଇ ବଡ଼ ସୂଚନା ଦେଇଛନ୍ତି। ୨୦୨୭ ଡିସେମ୍ବର ସୁଦ୍ଧା ପ୍ରଥମ ପର୍ଯ୍ୟାୟ ମେଟ୍ରୋ ପ୍ରକଳ୍ପ ଶେଷ ହେବ। ପ୍ରଥମେ ପର୍ଯ୍ୟାୟରେ ୨୬ କି.ମିରେ ମେଟ୍ରୋ ଚଳାଚଳ ଆରମ୍ଭ ହେବ । ପ୍ରଥମ ପର୍ଯ୍ୟାୟରେ ୧୩ଟି ଟ୍ରେନ ଚାଲିବାକୁ ଥିବା ବେଳେ ପ୍ରତ୍ୟେକ ଟ୍ରେନରେ ୩ଟି କୋଚ ରହବ। ପ୍ରତ୍ୟେକ ଦିନ ୯୫ ହଜାର ଲୋକ ଯିବାର କ୍ଷମତା ରହିବ ବୋଲି ଅପରାଜିତା ଗଣମାଧ୍ୟମକୁ ପ୍ରକାଶ କରିଛନ୍ତି।
ଅନ୍ୟପକ୍ଷେ ପ୍ରକଳ୍ପ ପାଇଁ ଆବଶ୍ୟକୀୟ ୯୨ ଏକର ଜମି ମିଳି ସାରିଛି। ଆଉ ୧୫ ଏକର ଖୁବଶୀଘ୍ର ଯୋଗାଇ ଦିଆଯିବ। ପ୍ରକଳ୍ପ ନେଇ ମୋଟ ୬ ହଜାର ୨୫୬ କୋଟି ଟଙ୍କା ଖର୍ଚ୍ଚ ନେଇ ଆକଳନ ହୋଇଛି। ପ୍ରଥମ ପର୍ଯ୍ୟାୟ ଖର୍ଚ୍ଚ ରାଜ୍ୟ ସରକାର ବହନ କରିବେ। ପରେ କେନ୍ଦ୍ରର ସହାୟତା ଦରକାର କି ନାହିଁ ଜଣାଯିବ ବୋଲି ଅପରାଜିତ କହିଛନ୍ତି।