ଆଜି ଦୁଇ ଦିନିଆ ମୟୂରଭଞ୍ଜ ଗସ୍ତରେ ରାଷ୍ଟ୍ରପତି

ରାଷ୍ଟ୍ରପତି ହେବା ପରେ ମୟୂରଭଞ୍ଜ ଜିଲ୍ଲାକୁ ଚତୁର୍ଥ ଥର ପାଇଁ ଆସୁଥିବା ବେଳେ ପ୍ରଥମ ଥର ନିଜ ଜନ୍ମମାଟି କୁସୁମୀ ବ୍ଲକ ଅନ୍ତର୍ଗତ “ଉପରବେଡା” ଗ୍ରାମକୁ ଯିବେ। ରାଷ୍ଟ୍ରପତିଙ୍କ ଗସ୍ତ ପାଇଁ ବ୍ୟାପକ ବ୍ୟବସ୍ଥା ମଧ୍ୟ ହୋଇଛି । ଛୋଟବେଳେ ପାଠ ପଢୁଥିବା ସ୍କୁଲ ‘ଉପରବେଡା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ’ ଓ ‘କମଳା ବିମଳା ହାଇସ୍କୁଲ’  ପରିଦର୍ଶନ କରିବେ । ସେଠାକାର ଛାତ୍ରଛାତ୍ରୀ, ଶିକ୍ଷକ ଶିକ୍ଷୟିତ୍ରୀ ସହ ଭାବବିନିମୟ କରିବା ସହ ସେଠାରେ କିଛି ବିଶେଷ ବ୍ୟକ୍ତିଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି ।