ଜାନୁୟାରୀ ୮ରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ
ପ୍ରବାସୀ ଭାରତୀୟ କାର୍ଯ୍ୟକ୍ରମରେ ଯୋଗଦେବା ଲାଗି ଓଡିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ୮ ଜାନୁଆରୀ ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀ ଭୁବନେଶ୍ୱରରେ ପହଞ୍ଚିବେ। ସେଠାରୁ ସିଧାସଳଖ ରାଜଭବନ ଯାଇ ରାତ୍ରିଯାପନ କରିବେ। 9 ତାରିଖ ଜନତା ମଇଦାନରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଯୋଗଦେବେ।
୨୦୨୫ ଜାନୁଆରୀ ୮ରୁ ୧୦ ଯାଏ ସ୍ଥାନୀୟ ଜନତା ମଇଦାନରେ ପ୍ରବାସୀ ଭାରତୀୟ ଦିବସ ସମାରୋହ ଅନୁଷ୍ଠିତ ହେବ। ପ୍ରବାସୀ ଭାରତୀୟ ଦିବସରେ ପ୍ରାୟ ୫୦୦୦ ଅଂଶଗ୍ରହଣକାରୀ ଭାଗନେବେ। କାର୍ଯ୍ୟକ୍ରମର ବିଭିନ୍ନ ଦିବସରେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ, ମୁଖ୍ୟମନ୍ତ୍ରୀ, ବହିର୍ବ୍ୟାପାର ମନ୍ତ୍ରୀଙ୍କ ସମେତ ଅନ୍ୟ କେନ୍ଦ୍ରମନ୍ତ୍ରୀ, ଦେଶବିଦେଶରୁ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ପ୍ରବାସୀ ଭାରତୀୟ ଯୋଗଦେବେ।