ରାଜ୍ୟରେ କରୋନା ସଂକ୍ରମଣ ପୁଣିଥରେ ବଢ଼ିବାରେ ଲାଗିଛି । ଏହାରି ମଧ୍ୟରେ ଆଗକୁ ସ୍ୱାଧୀନତା ଦିବସ ଆସୁଥିବା ବେଳେ ସେଥିପାଇଁ ପ୍ରସ୍ତୁତି ଆରମ୍ଭ ହୋଇଛି । ଏଥର କୋଭିଡ କଟକଣାରେ ପାଳନ ହେବ ସ୍ୱାଧୀନତୀ ଦିବସ । ପ୍ରଦର୍ଶନୀ ପଡ଼ିଆରେ ହେବ ପତାକା ଉତ୍ତୋଳନ ହେବ ।ତେବେ ସ୍ୱାଧୀନତା ଦିବସରେ ରାଜ୍ୟରେ ହେବନି ପରେଡ୍ । ସ୍କୁଲ ଛାତ୍ରଛାତ୍ରୀମାନେ ମଧ୍ୟ ଏଥିରେ ଭାଗ ନେବେନି କି ଜନ ସମାଗମ ମଧ୍ୟ ହେବନି ।ଅନ୍ୟପଟେ ରାଜ୍ୟରେ ୨୪ଘଣ୍ଟାରେ ୪୮୭ ପଜିଟିଭ ଚିହ୍ନଟ ହୋଇଛନ୍ତି । ସଙ୍ଗରୋଧରୁ ୨୮୫ ଓ ସ୍ଥାନୀୟ ସଂକ୍ରମଣରୁ ୨୦୨ ଚିହ୍ନଟ ହୋଇଛନ୍ତି । ୧୮ ବର୍ଷରୁ କମ୍ ବୟସ ବର୍ଗର ୮୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସୁନ୍ଦରଗଡ଼ ୧୩୭, ଖୋର୍ଦ୍ଧା ୭୮, ସମ୍ବଲପୁରରୁ ୩୯ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସକ୍ରିୟ ଆକ୍ରାନ୍ତ ସଂଖ୍ୟା ୫ ହଜାର ୫୪୯କୁ ବୃଦ୍ଧି ପାଇଛି । ରାଜ୍ୟରେ କୋରୋନା ୨ ଜୀବନ ନେଇଛି ।
Trending
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
- ଆଜି ରଙ୍ଗର ପର୍ବ ହୋଲି
- ଆଗାମୀ ରାଜ୍ୟସଭା ଦ୍ୱିବାର୍ଷିକ ନିର୍ବାଚନ ପାଇଁ ବିଜେପି ପକ୍ଷରୁ ବିହାର ପାଇଁ ପ୍ରାର୍ଥୀଙ୍କ ନାମ ଘୋଷଣା,ନିତିନ ନବୀନ ଏବଂ ଶିବେଶ କୁମାରଙ୍କ ନାମରେ ମୋହର
- ବିଦେଶରେ ଫସିଥିବା ଓଡ଼ିଆମାନଙ୍କ ସୁରକ୍ଷା ଏବଂ ସହାୟତା ପାଇଁ ଜାରି ହାଲା ଜରୁରୀକାଳୀନ ନମ୍ବର
- ଶ୍ରୀକ୍ଷେତ୍ରରେ ଦୋଳବେଦୀରେ ମହାପ୍ରଭୁଙ୍କ ଦର୍ଶନ ବେଳେ ଦଳାଚକଟା ସ୍ଥିତି
- ଆଜି ଲାଗୁଛି ବର୍ଷର ପ୍ରଥମ ଚନ୍ଦ୍ରଗ୍ରହଣ,ଅପରାହ୍ଣ ୩ଟା ୨୦ରେ ହେବ ଗ୍ରହଣ ସ୍ପର୍ଶ