ଗୋଟିଏ ଦିନରେ ବିଜେଡି ସମର୍ଥିତ ୩ ଜଣ ବ୍ଲକ୍ ଅଧ୍ୟକ୍ଷ ଦଳରୁ ଇସ୍ତଫା ଦେଇଛନ୍ତି । ପ୍ରଥମେ ବନ୍ତ ବ୍ଲକ୍ ଅଧ୍ୟକ୍ଷ ମନୋରଞ୍ଜନ ଘଡ଼େଇ ଇସ୍ତଫା ଦେଇଥିଲେ । ବିଜେଡି ମଧ୍ୟ ତାଙ୍କୁ ଦଳରୁ ନିଲମ୍ବିତ କରିଥିଲା । ଇସ୍ତଫା ନା ନିଲମ୍ବନ-କିଏ ଆଗ ତାହାକୁ ନେଇ ଚର୍ଚ୍ଚା ଜାରି ରହିଥିବା ବେଳେ ଭଣ୍ଡାରିପୋଖରୀ ଓ ଭଦ୍ରକ ବ୍ଲକ୍ର ଅଧ୍ୟକ୍ଷା ବିଜେଡି ଛାଡ଼ିଥିଲେ । ଭଣ୍ଡାରିପୋଖରୀ ବିଧାୟକ ସଞ୍ଜୀବ ମଲ୍ଲିକ ଓ ପୂର୍ବତନ ମନ୍ତ୍ରୀ ପ୍ରଫୁଲ୍ଲ ସାମଲଙ୍କ ରାଜନୈତିକ ପତିଆରା ଏବେ କମିବାରେ ଲାଗିଛି । ସୂଚନା ମୁତାବକ, ଦଳ ବିରୋଧୀ କାର୍ଯ୍ୟ ପାଇଁ ଭଦ୍ରକ ଜିଲ୍ଲା ବନ୍ତ ପଞ୍ଚାୟତ ସମିତି ଅଧ୍ୟକ୍ଷ ମନୋରଞ୍ଜନ ଘଡ଼େଇଙ୍କୁ ନିଲମ୍ୱିତ କରିଛି ବିଜେଡି । ବିଜେଡି ରାଜ୍ୟ ସଭାପତି ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ତାଙ୍କୁ ଦଳରୁ ନିଲମ୍ବନ କରାଯାଇଥିବା ଦଳର ରାଜ୍ୟ ଉପସଭାପତି ପ୍ରତାପ ଜେନା ଏକ ପ୍ରେସ୍ ବିବୃତିରେ ସୂଚନା ଦେଇଛନ୍ତି । କିଛିଦିନ ହେଲା ବିଜେଡି ଛାଡି ବିଜେପିରେ ମିଶିବା ନେଇ ବନ୍ତ ବ୍ଲକ ଅଧ୍ୟକ୍ଷ ମନୋରଞ୍ଜନ ଘଡ଼େଇଙ୍କ ସମେତ ଭଣ୍ଡାରିପୋଖରୀ, ବାସୁଦେବପୁର, ଭଦ୍ରକ ବ୍ଲକ ଅଧ୍ୟକ୍ଷଙ୍କୁ ନେଇ ଚର୍ଚ୍ଚା ହୋଇଆସୁଥିଲା । ସେମାନେ ବିଜେପିରେ ମିଶିବା ପାଇଁ ସମସ୍ତ ପ୍ରକାର ଯୋଜନା ପ୍ରସ୍ତୁତ ହୋଇସାରିଥିବା କୁହାଯାଉଛି । ସମ୍ଭବତଃ ଆସନ୍ତା ଡିସେମ୍ବର ୭ ତାରିଖରେ ଏହି ମିଶ୍ରଣ ପର୍ବ ଆୟୋଜନ ହେବ ।
Trending
- କନଷ୍ଟେବଳ ସୌମ୍ୟ ରଞ୍ଜନ ସ୍ବାଇଁଙ୍କ ହତ୍ୟା ମାମଲା: ବରିଷ୍ଠ ଆଇପିଏସ୍ ଙ୍କୁ ଆଜି ଅତିଥି ଭବନରେ ଜେରା କରିପାରେ NHRC
- ବିହାରର ମୁଜାଫରପୁରର ପ୍ରସାଦ ହସ୍ପିଟାଲ ଆଇସିୟୁରେ ଭୟଙ୍କର ଅଗ୍ନିକାଣ୍ଡ, 4 ମୃତ , କ୍ଷତିପୂରଣ ଘୋଷଣା କଲେ ମୁଖ୍ୟମନ୍ତ୍ରୀ
- ସୌମ୍ୟ ରଞ୍ଜନ ସ୍ବାଇଁ ହତ୍ୟା ଘଟଣା: ସାଙ୍ଗ ଓ ଦୁଇ ଅଭିଯୋଗକାରୀ ଯୁବତୀଙ୍କୁ ପଚରା ଉଚରା କଲା NHRC ଟିମ୍
- ରୁପାଲି ଛକ ନିକଟରେ କୁଢ଼ କୁଢ଼ ଅଳିଆ ଓ ମଦ ବଟଲ ଦେଖି ରାଗିଗଲେ ଭୁବନେଶ୍ୱର ମେୟର
- ଦିଲ୍ଲୀର ମାଲବ୍ୟ ନଗରରେ ଥିବା ରେଷ୍ଟୁରାଣ୍ଟରେ ଭୟଙ୍କର ଅଗ୍ନିକାଣ୍ଡ, ନିଆଁ ଲାଗି ୨୦ ଜଣଙ୍କ ମୃତ୍ୟୁ,ଏକାଧିକ ଗୁରୁତର
- ଆଜିଠୁ ପୁରୀରେ ଆରମ୍ଭ ହେବ ବ୍ରିକ୍ସ ସମ୍ମିଳନୀ,ବିପର୍ଯ୍ୟୟ ମୁକାବିଲାର ଗୁରୁମନ୍ତ୍ର ଶିଖାଇବ ଓଡ଼ିଶା
- STF ର DIG ଭାବେ ଦାୟିତ୍ୱ ଗ୍ରହଣ କଲେ ଆଇପିଏସ ଡକ୍ଟର କନୱର ବିଶାଲ ସିଂହ
- ସବୁଠୁ ଅଧିକ ସମୟ ଯାଏ ନିର୍ବାଚିତ ପ୍ରଧାନମନ୍ତ୍ରୀ ହେବାର ରେକର୍ଡ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ , ଭାଙ୍ଗିବେ ନେହରୁଙ୍କ ରେକର୍ଡ
- ଫାର୍ମ ହାଉସରୁ ମିଳିଲା ହାତୀର ମୃତଦେହ
- ରାଜ୍ୟ କ୍ୟାବିନେଟ: ଆସିବ ୯ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ