୩ ଦିନ ବର୍ଷା

ଭୁବନେଶ୍ବର : ଆସନ୍ତା ୨୪ ଘଣ୍ଟାରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ପଶ୍ଚିମ କେନ୍ଦ୍ରୀୟ ତଥା ତତ୍‌ସଂଲଗ୍ନ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା ପ୍ରଭାବରେ ରାଜ୍ୟରେ ୨୫ ତାରିଖରୁ ବର୍ଷାର ପରିମାଣ ବଢ଼ିବ।  ପ୍ରଭାବରେ ଆଜି ଗଞ୍ଜାମ, ଗଜପତି, ରାୟଗଡ଼ା, ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ନୂଆପଡ଼ା, କଳାହାଣ୍ଡି, କନ୍ଧମାଳ ଓ ବଲାଙ୍ଗୀର ଆଦି ଅଞ୍ଚଳରେ ବର୍ଷା ହେବାର ସମ୍ଭାବନା ରହିଛି। ୨୫ ତାରିଖରୁ ରାଜ୍ୟରେ ଲଘୁଚାପଜନିତ ପ୍ରବଳ ବର୍ଷା ଆରମ୍ଭ ହୋଇଯିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି।