୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୬ ଜିଲ୍ଲାରେ ଘୂର୍ଣ୍ଣିଝଡ଼ର ସମ୍ଭାବନା

ଭୁବନେଶ୍ୱର: ସଂପ୍ରତି ରାଜ୍ୟରେ ଜାରି ରହିଥିବା ଗ୍ରୀଷ୍ମପ୍ରବାହ ଆଗକୁ ଦୁଇରୁ ତିନି ଦିନ ପର୍ଯ୍ୟନ୍ତ ଜାରି ରହିବ। ଦିନବେଳା ରାଜ୍ୟବାସୀ ପ୍ରବଳ ଗରମ ଓ ଅସହ୍ୟ ତାତି ଗୁଳୁଗୁଳିରେ ସନ୍ତଳି ହେବେ। ତେବେ, ଅପରାହ୍ନରୁ ବିଳମ୍ବିତ ସନ୍ଧ୍ୟା ମଧ୍ୟରେ କାଳବୈଶାଖୀ ଜନିତ ଝଡ଼ବର୍ଷା ଅସହ୍ୟ ତାତିରୁ କିଛିଟା ଆଶ୍ୱସ୍ତି ପ୍ରଦାନ କରିବ। ଏହି କ୍ରମରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ୍‌ ୧୯ ତାରିଖ ସୋମବାର ଅପରାହ୍ନ ମଧ୍ୟରେ ରାଜ୍ୟର ୬ ଜିଲ୍ଲାରେ ଘୂର୍ଣ୍ଣିଝଡ଼ର ସମ୍ଭାବନା ରହିଥିବା ବେଳେ ୯ ଜିଲ୍ଲାରେ କାଳବୈଶାଖୀ ଜନିତ ବର୍ଷା ଓ ବଜ୍ରପାତର ସମ୍ଭାବନା ରହିଛି ବୋଲି ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱର ସ୍ଥିିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏକ ସତର୍କ ସୂଚନା ଜାରି କରାଯାଇଛି।
ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ୍‌ ୧୯ ତାରିଖ ସୋମବାର ଅପରାହ୍ନ ମଧ୍ୟରେ ରାଜ୍ୟର କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କୋରାପୁଟ ଓ ମାଲକାନଗିରି ପ୍ରଭୃତି ୬ଟି ଜିଲ୍ଲାର କେତେକ ସ୍ଥାନରେ କାଳବୈଶାଖୀ ସହ ଘୂର୍ଣ୍ଣିଝଡ଼ କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଛି। ଘୂର୍ଣ୍ଣିଝଡ଼ କାଳରେ ଏହିସବୁ ଜିଲ୍ଲାରେ ଘଣ୍ଟାପ୍ରତି ୪୦ରୁ ୫୦ କିଲୋମିଟର ବେଗରେ ବୋଲି ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱର ସ୍ଥିିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି।