ଆସନ୍ତା ୨୪ ଘଣ୍ଟାରେ ବିଜୁଳି, ଘଡ଼ଘଡ଼ି ସହ ପ୍ରବର ବଷିବ

heavy rain

ମେଟ୍ରୋ ଟିଭି ଓଡିଶା (୨୪.୨.୨୦୨୨) :

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ୍‌ ୨୫ ତାରିଖ (ଶୁକ୍ରବାର) ମଧ୍ୟାହ୍ନ ସୁଦ୍ଧା ରାଜ୍ୟର କିଛି ଅଞ୍ଚଳରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ବା କାଳବୈଶାଖୀ ସମ୍ଭାବନା ରହିଥିବା ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆଜି ଅପରାହ୍ଣରେ ଜାରି ସତର୍କ ସୂଚନାରେ କୁହାଯାଇଛି।

ଜାରି ସୂଚନାରେ କୁହାଯାଇଛି ଯେ ଏହି ସମୟ ମଧ୍ୟରେ ଉତ୍ତର ଓଡିଶାର ଜିଲ୍ଲାଗୁଡ଼ିକର କିଛି ସ୍ଥାନରେ ଏବଂ ଦକ୍ଷିଣ ଓଡିଶାର ଜିଲ୍ଲାଗୁଡ଼ିକର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି। ତେବେ, ଏହି ସମୟ ମଧ୍ୟରେ ସୁନ୍ଦରଗଡ଼, ଦେବଗଡ଼, ସମ୍ବଲପୁର, ଅନୁଗୁଳ, ଢ଼େଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର, ଭଦ୍ରକ ଓ ବାଲେଶ୍ୱର ପ୍ରଭୃତି ୧୦ଟି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ କାଳବୈଶାଖୀ ହେବାର ସମ୍ଭାବନା ରହିଥିବାରୁ ଏହି ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।