ଆଜିଠାରୁ ଝଡ଼ବର୍ଷା ସମ୍ଭାବନା: ସତର୍କ ରହିବା ଜରୁରୀ

ଭୁବନେଶ୍ବର : ଆଜିଠାରୁ ରାଜ୍ୟରେ ଆରମ୍ଭ ହୋଇଯିବ ପଶ୍ଚିମ ଝଡ଼ର ପ୍ରଭାବ। ଏଥିପାଇଁ ସତର୍କ ରହିବା ପାଇଁ ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି । ଏହାର ପ୍ରଭାବରେ ରାଜ୍ୟର କେତେକ ସ୍ଥାନରେ ବିଶେଷ କରି ଉପକୂଳ ଓଡ଼ିଶାରେ ପବନର ବେଗ ଘଣ୍ଟାପ୍ରତି ୪୦ରୁ ୫୦ କିମି ଯାଏ ରହିବ। ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବ। ଆଜି କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର, ବାଲେଶ୍ବର, ଭଦ୍ରକ, ଅନୁଗୁଳ, ଢେଙ୍କାନାଳ, ରାୟଗଡ଼ା, ‌କନ୍ଧମାଳ, ଗଞ୍ଜା‌ମ, ଗଜପତି, ନୟାଗଡ଼ ଓ ଖୋର୍ଧା ଆଦି ଜିଲ୍ଲାରେ ୪୦ରୁ ୫୦ କିମି ବେଗରେ ପବନ ବହିବା ସହ ବିଜୁଳି, ଘଡ଼ଘଡ଼ି ସହ ଝଡ଼ବର୍ଷା ହେବ।