ଶ୍ରୀମନ୍ଦିରରେ ମାର୍ଗଶୀର ଶୁକ୍ଳ ଷଷ୍ଠୀ ଅବସରରେ ଅନୁଷ୍ଠିତ ହେଉଛି ଓଢ଼ଣ ଷଷ୍ଠୀ ନୀତି। ମହାପ୍ରଭୁଙ୍କ ମାନବୀୟ ଲୀଳାକ୍ରମରେ ଏହି ନୀତିରେ ଶୀତର ପ୍ରକୋପରୁ ବର୍ତ୍ତିବାକୁ ଘୋଡ଼ ଲାଗି କରାଯାଏ। ଦରଜି ସର୍ଦ୍ଦାରଙ୍କ ଦ୍ବାରା ପ୍ରସ୍ତୁତ ପତନି, ଗୀତଗୋବିନ୍ଦ ପାଟ ଓ ସୁତାପାଟ ଶୀତବସ୍ତ୍ର ବା ଘୋଡ଼ ପରିଧାନ କରିବେ ମହାପ୍ରଭୁ। ପ୍ରତିଦିନ ଭିନ୍ନଭିନ୍ନ ରଙ୍ଗର ଘୋଡ଼ ପରିଧାନ କରିବେ ମହାପ୍ରଭୁ। ଠାକୁରଙ୍କୁ ଘୋଡ଼ଲାଗି କରାଯାଇ ୬ ମୂର୍ତ୍ତି ଅଳଙ୍କାର ଲାଗି କରାଯିବ। ଓଢ଼ଣୀ ଶଷ୍ଠୀ ମହାପ୍ରଭୁଙ୍କ ଦ୍ୱାଦଶ ଯାତ୍ରା ମଧ୍ୟରୁ ଅନ୍ୟତମ। ଘୋଡ ଲାଗି ବେଶ ମହାପ୍ରଭୁଙ୍କ ସ୍ୱତନ୍ତ୍ର ନୀତି ହୋଇଥିବାରୁ ଏହି ବେଶ ଦର୍ଶନ ଦ୍ୱାରା କୋଟି ଜନ୍ମର ପୁଣ୍ୟ ମିଳିଥାଏ ବୋଲି ବିଶ୍ଵାସ ରହିଛି। ଆଜି ମହାପ୍ରଭୁଙ୍କ ସକାଳଧୂପ ବଢିବା ପରେ ମଇଲମ କରାଯାଇଛି । ଗତକାଲି ରାତିରୁ ଭୋଗମଣ୍ଡପ ପରେ ଅଧିବାସୀତ ହୋଇଥିବା ଘୋଡମାନଙ୍କୁ ଘଣ୍ଟ, ଛତା, କାହାଳୀ ସହ ପଟୁଆରରେ ବଡଦେଉଳକୁ ତିନି ଘେରା ପ୍ରଦକ୍ଷିତ କରାଇ ରତ୍ନସିଂହାସନକୁ ବିଜେ କରାଯାଇଛି । ଆଜି ଶନିବାର ଷଷ୍ଠୀ ଅବସରରେ ମହାପ୍ରଭୁଙ୍କ ଠାରେ କଳା ରଙ୍ଗର ଘୋଡ଼ ଲାଗି ହୋଇଛି।
Trending
- ଆଜିଠୁ ବିଜେପିର ରାଜ୍ୟ କାର୍ଯ୍ୟକାରିଣୀ,ବୈଠକକୁ ଉଦଘାଟନ କରିବେ ରାଷ୍ଟ୍ରୀୟ ସାଧାରଣ ସଂପାଦକ ସୁନୀଲ ବଂଶଲ
- ମଣିଷ ଗଢ଼ୁଥିବା ଗୁରୁଙ୍କୁ ସମ୍ମାନର ଦିନ , ଗୁରୁ ଦିବସ ପାଇଁ ଚଳଚଞ୍ଚଳ ବିଭିନ୍ନ ଶିକ୍ଷାନୁଷ୍ଠାନ
- ଚାଷୀଙ୍କ ଖାତାରେ ସିଏମ କିଷାନର ପଞ୍ଚମ କିସ୍ତି , ଡିବିଟି ମାଧ୍ୟମରେ ଚାଷୀଙ୍କ ଖାତାକୁ ଗଲା ଟଙ୍କା
- ଲକ୍ଷ୍ମୀସାଗର ବ୍ରହ୍ମାକୁମାରୀ ସେଣ୍ଟରରେ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ପାଳିତ: ଦିବ୍ୟ ଗୁଣ ଧାରଣ ପାଇଁ ଆହ୍ୱାନ
- ମହାକାଶରେ ଭାରତର ନୂଆ ଆଖି । EOS-05ର ସଫଳ ଉତକ୍ଷେପଣ
- ଏଣିକି ଜମି କିଣାବିକା ପଞ୍ଜୀକରଣ ଦଲିଲ ମାତ୍ର ଚାରି ପୃଷ୍ଠାରେ ସୀମିତ ରହିବା ସହ ସେଲ୍ ଡିଡ୍ ରେଜିଷ୍ଟ୍ରେସନ ସମ୍ପୂର୍ଣ୍ଣ ପେପରଲେସ୍ ହେବ
- ଓଡ଼ିଶା ଯାତ୍ରୀ ସୁରକ୍ଷା ଆପର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ସ୍କୁଲ ଆସିବା-ଯିବା କିମ୍ବା ପରିସରରେ ଛାତ୍ରଛାତ୍ରୀଙ୍କ ଦୁର୍ଘଟଣା ଘଟିଲେ ମିଳିବ ୨ ଲକ୍ଷ ସହାୟତା ଘୋଷଣା କଲେ ରାଜ୍ୟ ସରକାର
- ପୂର୍ବତନ ମନ୍ତ୍ରୀ ତଥା ଆମ୍ ଆଦମୀ ପାର୍ଟିର ନେତା ସତ୍ୟେନ୍ଦ୍ର ଜୈନଙ୍କୁ ବଡ଼ ଆଶ୍ୱସ୍ତି, ମିଳିଲା ଜାମିନି
- ପବିତ୍ର ଜନ୍ମାଷ୍ଟମୀ ପାଇଁ ଚଳଚଞ୍ଚଳ କନ୍ଧମାଳ ଜିଲ୍ଲା, ଆଶ୍ରମରେ ସମସ୍ତ ପ୍ରକାର ପ୍ରସ୍ତୁତି ଶେଷ
Prev Post
Next Post