କାଳ ବୈଶାଖି ପରେ ରାଜ୍ୟରେ ଉପରମୁହାଁ ପାରଦ
ରାଜ୍ୟରେ ବୃଦ୍ଧି ପାଇଛି ତାତିର ପ୍ରଭାବ। ପଶ୍ଚିମରେ ପ୍ରବଳ ତାତି ଅନୁଭୂତ ହେଉଥିଲା ବେଳେ ଉପକୂଳର ଆଦ୍ରତା ଜନଜୀବନକୁ ଅସ୍ତବ୍ୟସ୍ତ କରିପକାଉଛି। ରବିବାର ଝାରସୁଗୁଡା ରାଜ୍ୟର ସର୍ବାଧିକ ଉତପ୍ତ ସହର ପାଲଟିଥିବା ବେଳେ ସୋମବାର ମଧ୍ୟ ଏଠାରେ ଦିନ ୨ଟା ୩୦ ସୁଦ୍ଧା ତାପମାତ୍ରା ୪୪.୮ ଡିଗ୍ରୀ ସେଲ୍ସିୟସ ରେକର୍ଡ କରାଯାଇଛି।
୪୪.୮ଆଜି ଦିନ ୨ଟା ୩୦ ସୁଦ୍ଧା ରେକର୍ଡ ହୋଇଥିବା ତଥ୍ୟ ଅନୁଯାୟୀ ଝାରସୁଗୁଡା ୪୪.୮ ଡିଗ୍ରୀ, ସମ୍ବଲପୁର ୪୨.୬, ହୀରାକୁଦ ୪୧.୮, ରାଉରକେଲା ୪୧.୨, କେନ୍ଦୁଝର ୩୭.୮, ଚାନ୍ଦବାଲି ୩୭.୬, ବାଲେଶ୍ୱର ୩୬.୨, ଭୁବନେଶ୍ୱର ୩୫.୨ ରେକର୍ଡ କରାଯାଇଛି।