ରାଉରକେଲା : ବେଦବ୍ୟାସ ମନ୍ଦିରର ଉନ୍ନତିକରଣ ପାଇଁ ଅନୁମୋଦିତ ହୋଇଛି ଆଉ ୧୪ କୋଟି ୫୦ ଲକ୍ଷ ଟଙ୍କା । ପୀଠର ସୌନ୍ଦର୍ଯ୍ୟକରଣ ପାଇଁ ମୁଖ୍ୟମନ୍ତ୍ରୀ ଅଧିକ ଅର୍ଥରାଶି ଦେଇଥିବାରୁ ଖୁସି ପ୍ରକାଶ କରିଛନ୍ତି ଅଞ୍ଚଳବାସୀ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ 5T ସଚିବ ଗତ ଜାନୁଆରୀ ୧୪ ତାରିଖରେ ବେଦବ୍ୟାସ ମନ୍ଦିର ଗସ୍ତ କରି ବିକାଶ ପାଇଁ ସ୍ଥିତି ଅନୁଧ୍ୟାନ କରିଥିଲେ । ଏହି ଅର୍ଥରାଶିରେ ବେଦବ୍ୟାସ ତୀର୍ଥସ୍ଥାନ ପରିସରରେ ଥିବା ବିଭିନ୍ନ ମନ୍ଦିରର ଉନ୍ନତିକରଣ ସହ ନୂତନ ମନ୍ଦିର ନିର୍ମାଣ କରାଯିବ । ଏହାଛଡ଼ା ପୀଠର ବିଦ୍ୟୁତକରଣ, ଆଲୋକୀକରଣ ଓ ଅନ୍ୟାନ୍ୟ ପାରିପାର୍ଶ୍ବିକ ବିକାଶ କରାଯିବ । ତ୍ରିବେଣୀ ସଙ୍ଗମ ଭାଵେ ପରିଚିତ ବେଦବ୍ୟାସ ତୀର୍ଥସ୍ଥଳୀର ଉନ୍ନତି କରଣ ଓ ସୌନ୍ଦର୍ଯ୍ୟ କରଣ କାର୍ଯ୍ୟକୁ ସଵୁ ମହଲରେ ସ୍ଵାଗତ କରାଯାଇଛି ।
Trending
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
- ଆଜି ରଙ୍ଗର ପର୍ବ ହୋଲି
- ଆଗାମୀ ରାଜ୍ୟସଭା ଦ୍ୱିବାର୍ଷିକ ନିର୍ବାଚନ ପାଇଁ ବିଜେପି ପକ୍ଷରୁ ବିହାର ପାଇଁ ପ୍ରାର୍ଥୀଙ୍କ ନାମ ଘୋଷଣା,ନିତିନ ନବୀନ ଏବଂ ଶିବେଶ କୁମାରଙ୍କ ନାମରେ ମୋହର
- ବିଦେଶରେ ଫସିଥିବା ଓଡ଼ିଆମାନଙ୍କ ସୁରକ୍ଷା ଏବଂ ସହାୟତା ପାଇଁ ଜାରି ହାଲା ଜରୁରୀକାଳୀନ ନମ୍ବର
- ଶ୍ରୀକ୍ଷେତ୍ରରେ ଦୋଳବେଦୀରେ ମହାପ୍ରଭୁଙ୍କ ଦର୍ଶନ ବେଳେ ଦଳାଚକଟା ସ୍ଥିତି
- ଆଜି ଲାଗୁଛି ବର୍ଷର ପ୍ରଥମ ଚନ୍ଦ୍ରଗ୍ରହଣ,ଅପରାହ୍ଣ ୩ଟା ୨୦ରେ ହେବ ଗ୍ରହଣ ସ୍ପର୍ଶ
Next Post