ରାଉରକେଲା : ବେଦବ୍ୟାସ ମନ୍ଦିରର ଉନ୍ନତିକରଣ ପାଇଁ ଅନୁମୋଦିତ ହୋଇଛି ଆଉ ୧୪ କୋଟି ୫୦ ଲକ୍ଷ ଟଙ୍କା । ପୀଠର ସୌନ୍ଦର୍ଯ୍ୟକରଣ ପାଇଁ ମୁଖ୍ୟମନ୍ତ୍ରୀ ଅଧିକ ଅର୍ଥରାଶି ଦେଇଥିବାରୁ ଖୁସି ପ୍ରକାଶ କରିଛନ୍ତି ଅଞ୍ଚଳବାସୀ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ 5T ସଚିବ ଗତ ଜାନୁଆରୀ ୧୪ ତାରିଖରେ ବେଦବ୍ୟାସ ମନ୍ଦିର ଗସ୍ତ କରି ବିକାଶ ପାଇଁ ସ୍ଥିତି ଅନୁଧ୍ୟାନ କରିଥିଲେ । ଏହି ଅର୍ଥରାଶିରେ ବେଦବ୍ୟାସ ତୀର୍ଥସ୍ଥାନ ପରିସରରେ ଥିବା ବିଭିନ୍ନ ମନ୍ଦିରର ଉନ୍ନତିକରଣ ସହ ନୂତନ ମନ୍ଦିର ନିର୍ମାଣ କରାଯିବ । ଏହାଛଡ଼ା ପୀଠର ବିଦ୍ୟୁତକରଣ, ଆଲୋକୀକରଣ ଓ ଅନ୍ୟାନ୍ୟ ପାରିପାର୍ଶ୍ବିକ ବିକାଶ କରାଯିବ । ତ୍ରିବେଣୀ ସଙ୍ଗମ ଭାଵେ ପରିଚିତ ବେଦବ୍ୟାସ ତୀର୍ଥସ୍ଥଳୀର ଉନ୍ନତି କରଣ ଓ ସୌନ୍ଦର୍ଯ୍ୟ କରଣ କାର୍ଯ୍ୟକୁ ସଵୁ ମହଲରେ ସ୍ଵାଗତ କରାଯାଇଛି ।
Trending
- ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଭୁଶୁଡିଲା ୮୦ଫୁଟର ତୋରଣ
- ରାଜ୍ୟରେ ସମ୍ଭାବ୍ୟ ବନ୍ୟା ସ୍ଥିତି ନେଇ ସତର୍କ କରିଛି କେନ୍ଦ୍ରୀୟ ଜଳ ଆୟୋଗ
- ନାବାଳିକା ଛାତ୍ରୀଙ୍କ ଯୌନ ଶୋଷଣ ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଆଶାରାମଙ୍କ ପାରୋଲ ଅବଧି ଶେଷ
- ନଭେମ୍ବର 18 ରୁ ଆରମ୍ଭ ବିଧାନସଭାର 17 ତମ ଅଧିବେଶନ
- ଦୀପାବଳି ପୂର୍ବରୁ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର,୩% ବଢ଼ିଲା ମହଙ୍ଗା ଭତ୍ତା
- ଉପକୂଳ ଅତିକ୍ରମ କଲା ଭୀଷଣ ବାତ୍ୟା ‘ଅର୍ଣ୍ଣବ’, ସ୍ଥଳଭାଗ ଛୁଇଁବା ପ୍ରକ୍ରିୟା ଶେଷ
- ୧୦୦ ପ୍ରତିଶତ ଇଥାନଲ ଯୁକ୍ତ ଇନ୍ଧନ ତଥା ଇ-୧୦୦କୁ କେନ୍ଦ୍ରର ମଞ୍ଜୁରୀ
- ୩ ଅଭିଯୁକ୍ତକୁ ଦେହରୁ ସାର୍ଟ ଖୋଲି ରାଜରାସ୍ତାରେ, ସମସ୍ତଙ୍କ ଆଗରେ ବୁଲାଇ ଗିରଫ କଲା ପୋଲିସ
- ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଗୁଜରାଟର ଏକତା ନଗରକୁ ଏକ ସ୍ୱତନ୍ତ୍ର ଟ୍ରେନ୍ ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- ଧାର୍ଯ୍ୟ ସମୟର ୩ରୁ ୪ ଘଣ୍ଟା ପୂର୍ବରୁ ହେବ ବାତ୍ୟା ଅର୍ଣ୍ଣବର ଲ୍ୟାଣ୍ଡଫଲ,ରାତି ୨ ରୁ ଭୋର ୪ ଭିତରେ ହେବ ଲ୍ୟାଣ୍ଡଫଲ
Next Post