ଅତିରିକ୍ତ ଯୋଗାଣ ଅଧିକାରୀଙ୍କ ଘରେ ଭିଜିଲାନ୍ସ ଚଢାଉ

କେନ୍ଦ୍ରାପେଡା ଅତିରିକ୍ତ ଯୋଗାଣ ଅଧିକାରୀ ପ୍ରଦୀପ କୁମାର ମହାପାତ୍ରଙ୍କ ଘରେ ସକାଳୁ ସକାଳୁ ଚଢାଉ କରିଛି ଭିଜିଲାନ୍ସ ଟିମ୍ । ଆୟବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଏକାକାଳୀନ ୫ଟି ସ୍ଥାନରେ ଚଢାଉ କରିଛି ଭିଜିଲାନ୍ସ । ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ  ଓଡ଼ିଶା ଭିଜିଲାନ୍ସ ପକ୍ଷରୁ ୪ ଜଣ ଡିଏସପି,  ଜଣେ ଏଏସ୍ କମାଣ୍ଡାଣ୍ଟ, ୫ ଜଣ ଇନ୍ସପେକ୍ଟର ଓ ଅନ୍ୟ ସହାୟକ କର୍ମଚାରୀଙ୍କ ନେତୃତ୍ୱରେ ୫ଟି ସ୍ଥାନରେ ଚଢଉ ହୋଇଛି  । ଭିଜିଲାନ୍ସ ପକ୍ଷରୁ ଜାରି ହୋଇଥିବା ସର୍ଚ୍ଚ ୱାରେଣ୍ଟ ବଳରେ ଭୁବନେଶ୍ୱର,  କେନ୍ଦ୍ରାପଡ଼ା, କଟକ କଲ୍ୟାଣୀନଗର ସମେତ ୫ ଜାଗାରେ ରେଡ୍ ଚାଲିଛି ।