ଗଞ୍ଜାମ: ଦୁଇଦିନିଆ ଗଞ୍ଜାମ ଗସ୍ତରେ 5T ଓ ନବୀନ ଓଡ଼ିଶାର ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ । ପ୍ରଥମ ଦିନରେ ହିଞ୍ଜିଳିକାଟୁ ଓ ଶେରଗଡ଼ ବ୍ଲକରେ ବିକାଶର ସମୀକ୍ଷା କରିଛନ୍ତି । ରୂପାନ୍ତରିତ କଲେଜ ବୁଲିବା ସହ ନୂଆ ଓ କାର୍ଯ୍ୟକ୍ରମରେ ଯୋଗଦେଇ ଛାତ୍ରଛାତ୍ରୀଙ୍କୁ ଉପଯୋଗୀ ପରାମର୍ଶ ଦେଇଛନ୍ତି । ଶେରଗଡ଼ରେ ମିଶନଶକ୍ତି ମାଆ ଓ ଚାଷୀଙ୍କୁ ଭେଟି ଆଲୋଚନା କରିଛନ୍ତି କାର୍ତ୍ତିକ ପାଣ୍ଡିଆନ ।ଅପରାହ୍ନରେ କାର୍ତ୍ତିକ ପାଣ୍ଡିଆନ ପ୍ରଥମେ ହିଞ୍ଜିଳିକାଟୁ ଗସ୍ତରେ ଯାଇ ପୋଚିଲିମା ଖମ୍ବେୟା ଦୋରା ଜୁନିୟର ବିଜ୍ଞାନ ମହାବିଦ୍ୟାଳୟର ରୂପାନ୍ତରୀକରଣ କାର୍ଯ୍ୟର ସମୀକ୍ଷା କରିଥିଲେ । ଏଥିପାଇଁ ୧୮୧.୨୩ ଲକ୍ଷ ଟଙ୍କା ବିନିଯୋଗ କରାଯାଇଛି । ଏହି ରୂପାନ୍ତର ଠିକ୍ ସମୟରେ ଶେଷ ହୋଇ ଥିବାରୁ ସେ ଅଧିକାରୀଙ୍କୁ ଧନ୍ୟବାଦ ଦେଇଥିଲେ । ସେଠାରୁ ସାରୁ ଛକ ଓ ମକରଝୋଳ ଛକ ଦେଇ ଗସ୍ତ କରିବା ବେଳେ ବିପୁଳ ସଂଖ୍ୟାରେ ସ୍ଥାନୀୟ ବାସିନ୍ଦା ଉତ୍ସାହର ତାଙ୍କୁ ସ୍ବାଗତ କରିଥିଲେ । ବ୍ରହ୍ମପୁରରେ ପହଞ୍ଚି ମା’ ବୁଢୀ ଠାକୁରାଣୀ ମନ୍ଦିରରେ ପହଞ୍ଚି ଥିଲେ । ଓଡିଶା ସରକାରଙ୍କ ସ୍ଥାପତ୍ୟ ଓ କୀର୍ତ୍ତିରାଜିର ସୁରକ୍ଷା ନିମନ୍ତେ ଉଦ୍ଦିଷ୍ଟ କାର୍ଯ୍ୟକ୍ରମରେ ମା’ ବୁଢୀ ଠାକୁରାଣୀ ମନ୍ଦିର ଉନ୍ନତିକରଣ କାର୍ଯ୍ୟ ସହ ମୁଖ୍ୟ ଫାଟକ, ପୂଜାରୀ କକ୍ଷ, ଦୋକାନ ଗୃହ, ବହୁବିଧ ଗୃହର ନିର୍ମାଣ ସହିତ ପାରିପାର୍ଶ୍ବିକ ଉନ୍ନତି କିଭଳି କରାଯିବ ତାହାର ସମୀକ୍ଷା କରି କାମ ଶୀଘ୍ର ତ୍ବରାନ୍ବିତ କରିବାକୁ ସଂପୃକ୍ତ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ ।
Trending
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
Prev Post