ଆଜି ଭୋଟ ଦେଉଛନ୍ତି ନୂଆପଡାବାସୀ । କଡା ସୁରକ୍ଷା ମଧ୍ୟରେ ସକାଳ ୭ଟାରୁ ଭୋଟିଂ ଆରମ୍ଭ ହୋଇଛି । ମୋଟ ୩୫୮ବୁଥରେ ଚାଲିଛି ମତଦାନ। ୩୧୧ଟି ବୁଥରେ ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ମତଦାନ ଅନୁଷ୍ଠିତ ହେବ । ଅନ୍ୟ ୪୭ଟି ବୁଥେୀ ସକାଳ ୭ଟାରୁ ଅପରାହ୍ନ ୪ଟା ଯାଏଁ ଚାଲିବ ଭୋଟିଂ। ଆଜି ୧୪ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରୁଛନ୍ତି ନୂଆପଡା ବାସୀ । ୩୫୮ବୁଥରେ ମତଦାନ ସାବ୍ୟସ୍ତ କରିବେ ୨ଲକ୍ଷ ୫୩ହଜାର ୬୨୪ଭୋଟର ।
କଡ଼ା ସୁରକ୍ଷା ଭିତରେ ବୁଥ୍କୁ ଯାଇଛି ଇଭିଏମ୍ । ବିଶେଷକରି ଦୁର୍ଗମ ଅଞ୍ଚଳରେ ନିର୍ବାଚନ ଶାନ୍ତିଶୃଙ୍ଖଳାର ସହ ସାରିବାକୁ ବ୍ୟାପକ ବ୍ୟବସ୍ଥା କରାଯାଇଛି । ବାୟୁସେନାର ସ୍ବତନ୍ତ୍ର ହେଲିକପ୍ଟର ଜରିଆରେ ପୋଲିଂ ଅଧିକାରୀ ସୁନାବେଡ଼ା ଅଭୟାରଣ୍ୟ ଭିତରେ ଥିବା ବୁଥକୁ ଯାଇଛନ୍ତି । ସୁନାବେଡ଼ାରେ ମାଓପ୍ରବଣ ୮ଟି ବୁଥ୍ ରହିଛି । ଏହିସବୁ ବୁଥକୁ ପୋଲିଂ ପାର୍ଟିଙ୍କୁ ନେବାକୁ ବାୟୁସେନାର ସ୍ବତନ୍ତ୍ର ହେଲିକପ୍ଟରର ବ୍ୟବସ୍ଥା କରାଯାଇଛି ।ନୂଆପଡ଼ା ଏନଏସିରେ ୧୭ଟି, ଖରିଆର ରୋଡ଼ ଏନଏସିରେ ୧୯ଟି, ନୂଆପଡ଼ା ବ୍ଲକରେ ୧୫୭ ଓ କୋମନା ବ୍ଲକରେ ୧୬୫ଟି ବୁଥ୍ ୬ଟି ପିଙ୍କ ବୁଥ୍ କରାଯାଇଛି । ସମସ୍ତ ବୁଥରେ ୱେବ କାଷ୍ଟିଂ ବ୍ୟବସ୍ଥା ହୋଇଥିବା ବେଳେ ପାନୀୟ ଜଳ ଓ ଅନ୍ୟାନ ସୁବିଧା ସୁଯୋଗର ବ୍ୟବସ୍ଥା ହୋଇଛି । ନିର୍ବାଚନକୁ ଶାନ୍ତିଶୃଙ୍ଖଳା ସହ ସମାପନ କରିବାକୁ ଜଣେ ଏସପି ଓ ଅତିରିକ୍ତ ଏସପି, ୬ଜଣ ଡିଏସପି, ୯ଇନ୍ସପେକ୍ଟର, ୧୫୧ ଏସଆଇ ଓ ଏଏସଆଇ, ୧୦୩ ହାବିଲଦାର, ୪୭୭ଜଣ କନେଷ୍ଟବଲ, ୧୫୯ ଏପିଆର କନେଷ୍ଟବଲ, ୩୭ ଓଏପିଏଫ, ୨୮୭ଜଣ ଗୃହରକ୍ଷୀ ସମେତ ସିଏପିଏଫ ୧୪ କମ୍ପାନି, ଏସଏପି ୬ପ୍ଲାଟୁନ ୨ସେକ୍ସନ ଯବାନ ନିୟୋଜିତ ହୋଇଛନ୍ତି ।