ରାଜ୍ୟରେ ୩ୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଆରମ୍ଭ ହେଲା ମତଦାନ । ଢେଙ୍କାନାଳ, ପୁରୀ, କେନ୍ଦୁଝର, ଭୁବନେଶ୍ୱର, କଟକ, ସମ୍ବଲପୁର ଲୋକସଭା ସଂସଦୀୟ କ୍ଷେତ୍ର ପାଇଁ ପଡିଲା ଭୋଟ । ସେହିଭଳି ୬ ସଂସଦୀୟ କ୍ଷେତ୍ର ଅଧିନରେ ଆସୁଥିବା ୪୨ ବିଧାନସଭା ଆସନ ପାଇଁ ମଧ୍ୟ ଆରମ୍ଭ ହୋଇଛି ମତଦାନ । ଏଥିରେ ୪୪୭ ଜଣ ପ୍ରାର୍ଥୀ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି । ଏମାନଙ୍କ ମଧ୍ୟରେ ଲୋକସଭା ପାଇଁ ୬୪ ଜଣ ପ୍ରାର୍ଥୀ ଥିବା ବେଳେ ବିଧାନସଭା ପାଇଁ ମୋଟ୍ ୩୮୩ ପ୍ରାର୍ଥୀ ଅଛନ୍ତି ।ମୋଟ ୧୦ ହଜାର ୫୫୧ କେନ୍ଦ୍ରରେ ମତଦାନ ହେଉଛି । ମୁକ୍ତ ଓ ଅବାଧ ନିର୍ବାଚନ ଲାଗି ୩୫ ହଜାରରୁ ଅଧିକ ସୁରକ୍ଷା ଯବାନଙ୍କୁ ମୁତୟନ କରାଯାଇଛି । ଏଥିରେ କେନ୍ଦ୍ରୀୟ ସଶସ୍ତ୍ର ପୁଲିସ ବାହିନୀ ବା ସିଏପିଏଫର ୧୨୧ କଂପାନି ଥିବା ବେଳେ ଓଡ଼ିଶା ସଶସ୍ତ୍ର ବାହିନୀର ୧୦୬ ପ୍ଲାଟୁନ ଫୋର୍ସ ଏବଂ ୧୯୮୬୫ ସିଭିଲ ପୁଲିସ କର୍ମଚାରୀ ସାମିଲ ଅଛନ୍ତି । ସମ୍ବଲପୁର ଲୋକସଭା ଆସନରେ ବିଜେପି ପ୍ରାର୍ଥୀ ତଥା କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ବିଜେଡିର ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସଙ୍କ ମଧ୍ୟରେ ଚଳିତ ନିର୍ବାଚନର ସବୁଠୁ ବଡ଼ ଲଢ଼େଇ ହେଉଛି । ଏହାକୁ ଉଭୟ ବିଜେପି ଓ ବିଜେଡି ମଧ୍ୟରେ ସମ୍ମାନର ଲଢ଼େଇ କୁହାଯାଉଛି । ଏହାସହିତ ଭୁବନେଶ୍ୱର ଲୋକସଭା ଆସନରେ ବିଜେପି ସାଂସଦ ଅପରାଜିତା ଷଡ଼ଙ୍ଗୀ ଓ ବିଜେଡି ନେତା ମନ୍ମଥ ରାଉତରାୟ, ପୁରୀରେ ବିଜେପିର ସମ୍ବିତ ପାତ୍ର ଓ ବିଜେଡିର ଅରୂପ ପଟ୍ଟନାୟକ, କଟକରେ ବିଜେପିର ଭର୍ତ୍ତୃହରି ମହତାବ ଓ ବିଜେଡିର ସନ୍ତୃପ୍ତ ମିଶ୍ରଙ୍କ ମଧ୍ୟରେ କଡ଼ା ମୁକାବିଲା ହେଉଛି । ଏହି ୩ଟି ଆସନ ବି ଜିତିବାକୁ ଦୁଇ ଦଳ ପୂରା ଦମ୍ ଲଗାଇଛନ୍ତି ।
Trending
- ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି ନିଜର ନୂଆ ଯୁବ ବାହିନୀ, ଇପ୍ସିତା ଓ ଚିନ୍ମୟଙ୍କୁ ମିଳିଲା ଗୁରୁଦାୟିତ୍ବ
- ୨୯ ତାରିଖକୁ ସରକାରୀ ଛୁଟି ଘୋଷଣା ,ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି
- ଧର୍ମଶାଳା ପରେ ବଡ଼ଚଣାରେ ବିଜେଡିକୁ ଝଟ୍କା
- ଆମେ ଆମର ନୈତିକ ମୂଲ୍ୟବୋଧର ସ୍ତରକୁ ତଳକୁ ଖସିଯିବାକୁ ଦେବା ଉଚିତ ନୁହେଁ
- ମହିଳା ନିଯୁକ୍ତି ହାର ଦ୍ୱିଗୁଣିତ ହୋଇଛି
- ଖେଲୋ ଇଣ୍ଡିଆ ଜଳ କ୍ରୀଡ଼ା ମହୋତ୍ସବ
- ରାଜ୍ୟ ସରକାରଙ୍କ ପକ୍ଷରୁ ‘ଆମ ଶାସନ’ ବ୍ୟବସ୍ଥା ଆରମ୍ଭ
- ରାଜ୍ୟ କ୍ୟାବିନେଟ ବୈଠକରେ ୪ ଟି ପ୍ରସ୍ତାବକୁ ମିଳିଛି ଅନୁମୋଦନ
- ନବୀନ ନିବାସରେ ରାଜ୍ୟପାଳ ହରିବାବୁ କମ୍ଭମପତି
- ପୁଲିସ୍ ଏସ୍ଆଇଙ୍କୁ ମାଡ଼ିବସିଲା ଭିଜିଲାନ୍ସ
Prev Post