ରାଜ୍ୟରେ ୩ୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଆରମ୍ଭ ହେଲା ମତଦାନ । ଢେଙ୍କାନାଳ, ପୁରୀ, କେନ୍ଦୁଝର, ଭୁବନେଶ୍ୱର, କଟକ, ସମ୍ବଲପୁର ଲୋକସଭା ସଂସଦୀୟ କ୍ଷେତ୍ର ପାଇଁ ପଡିଲା ଭୋଟ । ସେହିଭଳି ୬ ସଂସଦୀୟ କ୍ଷେତ୍ର ଅଧିନରେ ଆସୁଥିବା ୪୨ ବିଧାନସଭା ଆସନ ପାଇଁ ମଧ୍ୟ ଆରମ୍ଭ ହୋଇଛି ମତଦାନ । ଏଥିରେ ୪୪୭ ଜଣ ପ୍ରାର୍ଥୀ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି । ଏମାନଙ୍କ ମଧ୍ୟରେ ଲୋକସଭା ପାଇଁ ୬୪ ଜଣ ପ୍ରାର୍ଥୀ ଥିବା ବେଳେ ବିଧାନସଭା ପାଇଁ ମୋଟ୍ ୩୮୩ ପ୍ରାର୍ଥୀ ଅଛନ୍ତି ।ମୋଟ ୧୦ ହଜାର ୫୫୧ କେନ୍ଦ୍ରରେ ମତଦାନ ହେଉଛି । ମୁକ୍ତ ଓ ଅବାଧ ନିର୍ବାଚନ ଲାଗି ୩୫ ହଜାରରୁ ଅଧିକ ସୁରକ୍ଷା ଯବାନଙ୍କୁ ମୁତୟନ କରାଯାଇଛି । ଏଥିରେ କେନ୍ଦ୍ରୀୟ ସଶସ୍ତ୍ର ପୁଲିସ ବାହିନୀ ବା ସିଏପିଏଫର ୧୨୧ କଂପାନି ଥିବା ବେଳେ ଓଡ଼ିଶା ସଶସ୍ତ୍ର ବାହିନୀର ୧୦୬ ପ୍ଲାଟୁନ ଫୋର୍ସ ଏବଂ ୧୯୮୬୫ ସିଭିଲ ପୁଲିସ କର୍ମଚାରୀ ସାମିଲ ଅଛନ୍ତି । ସମ୍ବଲପୁର ଲୋକସଭା ଆସନରେ ବିଜେପି ପ୍ରାର୍ଥୀ ତଥା କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ବିଜେଡିର ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସଙ୍କ ମଧ୍ୟରେ ଚଳିତ ନିର୍ବାଚନର ସବୁଠୁ ବଡ଼ ଲଢ଼େଇ ହେଉଛି । ଏହାକୁ ଉଭୟ ବିଜେପି ଓ ବିଜେଡି ମଧ୍ୟରେ ସମ୍ମାନର ଲଢ଼େଇ କୁହାଯାଉଛି । ଏହାସହିତ ଭୁବନେଶ୍ୱର ଲୋକସଭା ଆସନରେ ବିଜେପି ସାଂସଦ ଅପରାଜିତା ଷଡ଼ଙ୍ଗୀ ଓ ବିଜେଡି ନେତା ମନ୍ମଥ ରାଉତରାୟ, ପୁରୀରେ ବିଜେପିର ସମ୍ବିତ ପାତ୍ର ଓ ବିଜେଡିର ଅରୂପ ପଟ୍ଟନାୟକ, କଟକରେ ବିଜେପିର ଭର୍ତ୍ତୃହରି ମହତାବ ଓ ବିଜେଡିର ସନ୍ତୃପ୍ତ ମିଶ୍ରଙ୍କ ମଧ୍ୟରେ କଡ଼ା ମୁକାବିଲା ହେଉଛି । ଏହି ୩ଟି ଆସନ ବି ଜିତିବାକୁ ଦୁଇ ଦଳ ପୂରା ଦମ୍ ଲଗାଇଛନ୍ତି ।
Trending
- ଓଡ଼ିଶା ଇନଭେଷ୍ଟର୍ସ ମିଟ୍: IBPGଗ୍ରୁପ୍ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଭତ୍ତା ଯନ୍ତ୍ରଣା,ବର୍ଷାରେ ଓଦା ହୋଇ ବିକ୍ଷୋଭ କଲେ ୪ ଶହରୁ ଅଧିକ ବୃଦ୍ଧବୃଦ୍ଧା
- ବଢ଼ୁଥିବା ଟ୍ରେନ୍ ସଂଖ୍ୟା ଏବଂ ଯାତାୟାତ ଚାପକୁ ଦୃଷ୍ଟିରେ ରଖି ୭ଟି ହାଇ ଡେନସିଟି ନେଟୱର୍କ କରିଡର ହେବ ଫୋର୍-ଲେନ୍
- ଆବୁଧାବିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ନିବେଶକ ସମ୍ମିଳନୀରେ ଦେବେ ଯୋଗ
- PG କୋଠା ଭୁଶୁଡ଼ିବା ଘଟଣା:ଦୁର୍ଘଟଣାସ୍ଥଳ ପରିଦର୍ଶନ କରି ବିପଜ୍ଜନକ ସ୍ଥିତିରେ ଥିବା ନିକଟସ୍ଥ କୋଠାଗୁଡ଼ିକୁ ତୁରନ୍ତ ଉଚ୍ଛେଦ କରିବା ପାଇଁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ
- ଓଡ଼ିଶାରୁ ବିରଳ ଓରାଙ୍ଗଉଟାନ ଠାବ , ବାଲେଶ୍ବରର ରଣକୋଠା ସଂରକ୍ଷିତ ଜଙ୍ଗଲରୁ ୫ଟି ଓରାଙ୍ଗଉଟାନକୁ ଠାବ କରିଛି ବନବିଭାଗ
- ଆଜି ଶ୍ରୀମନ୍ଦିରରେ ପ୍ରଭୁ ବଳଭଦ୍ରଙ୍କର ପ୍ରଳମ୍ବାସୁର ବଧ ବେଶ ଅନୁଷ୍ଠିତ
- ଟ୍ରାଫିକ୍ ପୁଲିସ କର୍ମଚାରୀଙ୍କ ପାଇଁ ଶୋଲ୍ଡର ଫ୍ଲିକରିଂ ଲାଇଟ୍ ବ୍ୟବସ୍ଥାର ଶୁଭାରମ୍ଭ
- ଦିଲ୍ଲୀ PG ଟ୍ରାଜେଡି: ୬ ମୃତ ,PG ମାଲିକଙ୍କୁ ଠାବ କରିବା ପାଇଁ ପୋଲିସର ସ୍ୱତନ୍ତ୍ର ଟିମ୍ ଗଠନ
- ପିଆଜ ପୁଣି ଉପରମୁହାଁ,ଟ୍ବିନ ସିଟିରେ ରାଜଧାନୀରେ ପିଆଜ ଖୁଚୁରା ଦର ୬୦ରୁ ୭୦ ଟଙ୍କା ଛୁଇଁଲାଣି
Prev Post