ରାଜ୍ୟରେ ଲାଗିରହିଛି ତୁହାକୁ ତୁହା ବର୍ଷା
ଭୁବନେଶ୍ବର: ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ଲାଗି ରହିଛି ବର୍ଷା । ବିଶେଷ କରି ଦକ୍ଷିଣ ଓଡ଼ିଶା ଓ ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷା ହେଉଛି । ନୂଆପଡ଼ା, ବରଗଡ଼, ବଲାଙ୍ଗୀର, ସମ୍ବଲପୁର, କେନ୍ଦୁଝର ଏବଂ ମୟୂରଭଞ୍ଜକୁ ସତର୍କତା ଜାରି ହୋଇଛି । ମୈାସୁମୀ ପ୍ରଭାବରେ କାଲିଠୁ ରାଜ୍ୟରେ ବର୍ଷାର ବିସ୍ତୃତି ପୁଣି ବଢିବ । ବିଶେଷ କରି ଉପକୂଳ ଓଡ଼ିଶାର ପୁରୀ, ଖୋର୍ଦ୍ଧା, କଟକ, ନୟାଗଡ଼, ଜଗତସିଂହପୁର, କେନ୍ଦ୍ରାପଡା ସମେତ ଦକ୍ଷିଣ ଓଡ଼ିଶାର ଗଞ୍ଜାମ, ଗଜପତି, ରାୟଗଡା, ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳରେ ବର୍ଷା ହେବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ଆକଳନ କରିଛି