ଆସନ୍ତା ୨୪ରୁ କାଳବୈଶାଖୀ
ମେଟ୍ରୋ ଟିଭି ଓଡିଶା (୨୩ .୨.୨୦୨୨) :
ରାଜ୍ୟରେ ଆସନ୍ତା ୨୪ରୁ ତିନିଦିନ ଧରି ବିଜୁଳି ଘଡଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି। ୨୫ରେ ବର୍ଷା ପରିମାଣ ବଢିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି। ବରଗଡ, ଝାରସୁଗୁଡା, ସୁନ୍ଦରଗଡ, ସମ୍ବଲପୁର, ଦେବଗଡ, କେନ୍ଦୁଝର ଏବଂ ମୟୂରଭଞ୍ଜ ଜିଲାର ଗୋଟିଏରୁ ଦୁଇଟି ସ୍ଥାନରେ ବିଜୁଳି ଘଡଘଡି ସହ ବର୍ଷା ହୋଇପାରେ।

୨୫ ତାରିଖରେ ଉତ୍ତର ଓଡ଼ିଶାର କିଛି ସ୍ଥାନରେ ହାଲକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ଦକ୍ଷିଣ ଓଡ଼ିଶାରେ ମଧ୍ୟ ଗୋଟିଏ ଦୁଇଟି ସ୍ଥାନରେ ବର୍ଷା ହୋଇପାରେ। ବିଶେଷ କରି ସୁନ୍ଦରଗଡ଼, ଦେବଗଡ଼, ଅନୁଗୋଳ, ଢ଼େଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର, ଭଦ୍ରକ ଏବଂ ବାଲେଶ୍ୱର ଜିଲାକୁ ହଳଦିଆ ସତର୍କ ସୂଚନା ଜାରି କରାଯାଇଛି। ୨୬ ତାରିଖରେ ଉପକୂଳ ଓଡ଼ିଶାର କିଛି ସ୍ଥାନ ସମେତ କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ ଏବଂ କନ୍ଧମାଳ ଜିଲାର ଗୋଟିଏରୁ ଦୁଇଟି ସ୍ଥାନରେ ବଜ୍ରପାତ ସହିତ ବର୍ଷା ହେବାର ସମ୍ଭାବନା ରହିଛି।