ସାରା ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର : ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ଆହୁରି ଘନୀଭୂତ ହୋଇ ଓଡିଶା ଉପକୂଳ ସମୁଦ୍ର ଅଞ୍ଚଳରେ ଏକ ସୁଦୃଶଃ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି  । ଏହା ଫଳରେ ବିଭିନ୍ନ ସ୍ଥାନରେ ବର୍ଷାର ପରିମାଣ ଏବଂ ବିସ୍ତୃତି ବଢିବ । କିଛି ସ୍ଥାନରେ ୭ରୁ ୧୧ ସେଣ୍ଟିମିଟର ବର୍ଷା ହୋଇପାରେ । ବିଶେଷ କରି ଦକ୍ଷିଣ ଏବଂ ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଆକଳନ କରାଯାଇଛି ।

ଏଥିପାଇଁ ୨୨ଟି ଜିଲ୍ଲାକୁ ସତର୍କ କରିଛି ପାଣିପାଗ କେନ୍ଦ୍ର । ଆଗାମୀ ୨୪ ଘଣ୍ଟା ମଧ୍ୟରେ ଏହା ଆହୁରି ଘନୀଭୂତ ହୋଇ ଅବପାତର ରୂପ ନେବା ସମ୍ଭାବନା ରହିଛି । ଏହା ଧୀରେ ଧୀରେ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତିକରିବା ସହ ଉତ୍ତର-ଆନ୍ଧ୍ରପ୍ରଦେଶ ଦକ୍ଷିଣ ଓଡିଶା ମଧ୍ୟ ଦେଇ ଅତିକ୍ରମ କରିବାର ସମ୍ଭାବନା ରହିଛି । ପ୍ରଭାବରେ ଆଜିଠୁ ୪ଦିନ ପର୍ଯ୍ୟନ୍ତ ପ୍ରବଳ ବର୍ଷା ନେଇ ସତର୍କ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।