ଆଜି ୭ ଜିଲ୍ଲାରେ ପ୍ରବଳ ବର୍ଷା
ଭୁବନେଶ୍ବର: ଘୂର୍ଣ୍ଣିବଳୟ ପ୍ରଭାବରେ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା ପ୍ରଭାବରେ ରାଜ୍ୟରେ ଦିନତମାମ୍ ବର୍ଷା ଜାରି ରହିବ । ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ମୁତାବକ, ରାଜ୍ୟର ବିଭିନ୍ନ ସ୍ଥାନ ଯଥା, ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ବଲାଙ୍ଗୀର ଓ ନୂଆପଡ଼ା ଆଦି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ। ଏଣୁ ଏହି ୭ ଜିଲ୍ଲାରେ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିଭଳି ଗଜପତି, ଗଞ୍ଜାମ, ରାୟଗଡ଼ା, ଖୋର୍ଧା, ପୁରୀ, ନୟାଗଡ଼, ବୌଦ୍ଧ, ସୋନପୁର, ବରଗଡ଼, ସମ୍ବଲପୁର, ଝାରସୁଗୁଡ଼ା ଓ ସୁନ୍ଦରଗଡ଼ ଜିଲ୍ଲାର କେତେକ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ୧୯ ତାରିଖ ଦିନ ମଧ୍ୟ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହୋଇପାରେ।