ପ୍ରବଳ ବର୍ଷା ପାଇଁ ୧୭ ଜିଲ୍ଲାକୁ ୟେଲୋ ଆଲର୍ଟ

ଭୁବନେଶ୍ୱର: ଆଜିଠୁ ରାଜ୍ୟରେ ବଢ଼ିବ ବର୍ଷାର ପରିମାଣ ଓ ବିସ୍ତୃତି । ଅତି ପ୍ରବଳ ବର୍ଷା ପାଇ ୧୭ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ କେନ୍ଦ୍ର। ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ, ଗଞ୍ଜାମ, ଗଜପତି, ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡା, କନ୍ଧମାଳ ଏବଂ ମୟୂରଭଞ୍ଜରେ ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ସତର୍କତା ଜାରି କରାଯାଇଛି। ସେହିଭଳି କାଲି ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ ୬ଟି ଜିଲ୍ଲାକୁ ସତର୍କତା ଜାରି କରାଯାଇଥିବା ବେଳେ ପ୍ରବଳ ବର୍ଷା ନେଇ ୧୪ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି ହୋଇଛି। ଆସନ୍ତା ୧୦ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ଏଭଳି ବର୍ଷା ଲାଗି ରହିବା ନେଇ ଆକଳନ କରାଯାଇଛି।ସେପଟେ ଚଳିତ ମୌସୁମୀ ସିଜିନ୍ ଜୁନ୍ ୧ରୁ ଜୁଲାଇ ୫ ତାରିଖ ମଧ୍ୟରେ ରାଜ୍ୟରେ ୧୭୬.୫ ମିଲିମିଟର ବର୍ଷା ରେକର୍ଡ କରାଯାଇଛି।