ଆଗାମୀ ୨୪ ଘଣ୍ଟାରେ ଉତ୍ତର ଓଡ଼ିଶାର ଜିଲ୍ଲାଗୁଡ଼ିକରେ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଆଗାମୀ ୨୪ ଘଣ୍ଟାରେ ଉତ୍ତର ଓଡ଼ିଶାର ଜିଲ୍ଲାଗୁଡ଼ିକରେ ବିସ୍ତୃତି ବର୍ଷା ସମ୍ଭାବନା । ଦକ୍ଷିଣ ଓଡ଼ିଶାର ଜିଲ୍ଲାଗୁଡ଼ିକରେ ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା । ଆଗାମୀ ୨୪ ଘଣ୍ଟା ପାଇଁ ଉତ୍ତର ଓଡ଼ିଶାର କିଛି ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ପାଇଁ ୟେଲୋ ଆଲର୍ଟ ଜାରି ହୋଇଛି । ସକ୍ରିୟ ମୌସୁମୀ ଓ ଲଘୁଚାପ ପ୍ରଭାବରେ ରାଜ୍ୟରେ ଜାରି ରହିଛି ବର୍ଷା । ରାଜ୍ୟରେ ୧ ଜୁନ୍ ୨୬ ଜୁନ୍ ମଧ୍ୟରେ ୧୩୦ ମିଲିମିଟର ବର୍ଷା ରେକର୍ଡ ହୋଇଛି ।