ଅଶ୍ୱିନୀ ମାସ ଶୁକ୍ଲ ପକ୍ଷର ଆଜି ଦଶମୀ ତିଥି ଅର୍ଥାତ ଦଶହରା ପର୍ବ । ଆଜି ଶାରଦୀୟ ଦୁର୍ଗାପୂଜାର ଶେଷ ଦିନ । ଅଧର୍ମ ଉପରେ ହେବ ଧର୍ମର ବିଜୟ । ମଣ୍ତପରେ ମହିଷା ମର୍ଦ୍ଦିନୀଙ୍କ ସ୍ୱତନ୍ତ୍ର ନୀତିକାନ୍ତି । ସ୍ୱତନ୍ତ୍ର ତନ୍ତ୍ର, ମନ୍ତ୍ର, ଚଣ୍ତିପାଠରେ ଫାଟି ପଡୁଛି ସହରରୁ ପୁରପଲ୍ଲୀ ।ମାଆଙ୍କ ଆଗମନରେ କମ୍ପୁଛି ଗଗନ ପବନ। ଘଣ୍ଟଘଣ୍ଟା, ଶଙ୍ଖଧ୍ୱନି ଓ ପୂଜକଙ୍କ ମନ୍ତ୍ରପାଠରେ କମ୍ପୁଛି ମଣ୍ଡପ । ସନ୍ଧ୍ୟା ହେଲେ ଝଲସୁଛି ବିଭିନ୍ନ ପୂଜା ପେଣ୍ଡାଲ । ବଢୁଛି ଭକ୍ତଙ୍କ ଭିଡ଼ । କେଉଁଠି ମାଆଙ୍କ ମୃଣ୍ମୟ ମୂର୍ତ୍ତି ତ ଆଉ କେଉଁଠି ଆକର୍ଷଣର କେନ୍ଦ୍ର ପାଲଟିଛି ଆକର୍ଷଣୀୟ ତୋରଣ । କଟକ ସହରରେ ସୁନା ଚାନ୍ଦିରେ ଝଟକୁଛନ୍ତି ମା’ ଦଶଭୂଜା । ଶକ୍ତିମୟୀଙ୍କ ଆରାଧନାରେ ପରିବେଶ ଉଛୁଳି ପଡୁଛି । ଆଜି ଦଶହରା ଦିନ ରାବଣପୋଡିର ପରମ୍ପରା ରହିଛି । ଏଥିପାଇଁ ବିଭିନ୍ନ ସ୍ଥାନରେ ପ୍ରସ୍ତୁତି କରାଯାଇଛି। ବିଶ୍ବାସ ରହିଛି ରାବଣପୋଡ଼ି କଲେ ଅସତ୍ୟର ଲୋପ ଘଟି ସତ୍ୟର ହେବ ବିଜୟ। ରାବଣ ପୋଡ଼ି ପାଇଁ ଭୁବନେଶ୍ବରରେ ବ୍ୟାପକ ବ୍ୟବସ୍ଥା କରାଯାଇଛି। ଏହାପରେ ଆସନ୍ତାକାଲି ମେଲାଣି ନେବା ଦଶଭୂଜା।
Trending
- ରାହୁଲ ଦେଶରେ ନିଆଁ ଲଗାଇବାକୁ ଚାହୁଁଛନ୍ତି : ବିଜେପି
- ଶୁଭମିତ୍ରା ହତ୍ୟାକାରୀ ଦୀପକଙ୍କ ଗୁମର ଫିଟୁଛି
- ସୁଭଦ୍ରା ଯୋଜନାର ହିତାଧିକାରୀମାନେ ୬୦ ବର୍ଷ ବୟସ ପ୍ରାପ୍ତ କରିବା ପରେ ବାର୍ଦ୍ଧକ୍ୟ ପେନସନ ପାଇଁ ଆବେଦନ କରିପାରିବେ
- ପୁଣି ରାହୁଲ ଆଣିଲେ ଅଭିଯୋଗ
- ମହିଳା କନଷ୍ଟେବଳ ଶୁଭମିତ୍ରା ସାହୁଙ୍କ ଜୀବନ କେମିତି ନେଲା ଦୀପକ
- ଆଜିଠୁ ବିଧାନସଭାର ମୌସୁମୀ ଅଧିବେସନ ଆରମ୍ଭ
- ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଜନ୍ମଦିନରେ ଓଡ଼ିଶାରେ କୋଟିଏ ଛୁଇଁଲା ବୃକ୍ଷରୋପଣ
- ଶୁଭମିତ୍ରାଙ୍କ ହତ୍ୟା ପାଇଁ ୭ଦିନ ତଳୁ ହୋଇଥିଲା ଷଡ଼୍ଯନ୍ତ୍ର
- ବ୍ରହ୍ମଗିରି ବାଲି ହରଚଣ୍ଡୀ ଗଣଦୁଷ୍କର୍ମ ଘଟଣାକୁ ନେଇ ବିଜେଡି ତାତିଲା
- ୭୫ ବର୍ଷରେ ପାଦ ପାଦ ଦେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
Prev Post
Next Post