ଅଶ୍ୱିନୀ ମାସ ଶୁକ୍ଲ ପକ୍ଷର ଆଜି ଦଶମୀ ତିଥି ଅର୍ଥାତ ଦଶହରା ପର୍ବ । ଆଜି ଶାରଦୀୟ ଦୁର୍ଗାପୂଜାର ଶେଷ ଦିନ । ଅଧର୍ମ ଉପରେ ହେବ ଧର୍ମର ବିଜୟ । ମଣ୍ତପରେ ମହିଷା ମର୍ଦ୍ଦିନୀଙ୍କ ସ୍ୱତନ୍ତ୍ର ନୀତିକାନ୍ତି । ସ୍ୱତନ୍ତ୍ର ତନ୍ତ୍ର, ମନ୍ତ୍ର, ଚଣ୍ତିପାଠରେ ଫାଟି ପଡୁଛି ସହରରୁ ପୁରପଲ୍ଲୀ ।ମାଆଙ୍କ ଆଗମନରେ କମ୍ପୁଛି ଗଗନ ପବନ। ଘଣ୍ଟଘଣ୍ଟା, ଶଙ୍ଖଧ୍ୱନି ଓ ପୂଜକଙ୍କ ମନ୍ତ୍ରପାଠରେ କମ୍ପୁଛି ମଣ୍ଡପ । ସନ୍ଧ୍ୟା ହେଲେ ଝଲସୁଛି ବିଭିନ୍ନ ପୂଜା ପେଣ୍ଡାଲ । ବଢୁଛି ଭକ୍ତଙ୍କ ଭିଡ଼ । କେଉଁଠି ମାଆଙ୍କ ମୃଣ୍ମୟ ମୂର୍ତ୍ତି ତ ଆଉ କେଉଁଠି ଆକର୍ଷଣର କେନ୍ଦ୍ର ପାଲଟିଛି ଆକର୍ଷଣୀୟ ତୋରଣ । କଟକ ସହରରେ ସୁନା ଚାନ୍ଦିରେ ଝଟକୁଛନ୍ତି ମା’ ଦଶଭୂଜା । ଶକ୍ତିମୟୀଙ୍କ ଆରାଧନାରେ ପରିବେଶ ଉଛୁଳି ପଡୁଛି । ଆଜି ଦଶହରା ଦିନ ରାବଣପୋଡିର ପରମ୍ପରା ରହିଛି । ଏଥିପାଇଁ ବିଭିନ୍ନ ସ୍ଥାନରେ ପ୍ରସ୍ତୁତି କରାଯାଇଛି। ବିଶ୍ବାସ ରହିଛି ରାବଣପୋଡ଼ି କଲେ ଅସତ୍ୟର ଲୋପ ଘଟି ସତ୍ୟର ହେବ ବିଜୟ। ରାବଣ ପୋଡ଼ି ପାଇଁ ଭୁବନେଶ୍ବରରେ ବ୍ୟାପକ ବ୍ୟବସ୍ଥା କରାଯାଇଛି। ଏହାପରେ ଆସନ୍ତାକାଲି ମେଲାଣି ନେବା ଦଶଭୂଜା।
Trending
- ବଢ଼ୁଥିବା ଟ୍ରେନ୍ ସଂଖ୍ୟା ଏବଂ ଯାତାୟାତ ଚାପକୁ ଦୃଷ୍ଟିରେ ରଖି ୭ଟି ହାଇ ଡେନସିଟି ନେଟୱର୍କ କରିଡର ହେବ ଫୋର୍-ଲେନ୍
- ଆବୁଧାବିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ନିବେଶକ ସମ୍ମିଳନୀରେ ଦେବେ ଯୋଗ
- PG କୋଠା ଭୁଶୁଡ଼ିବା ଘଟଣା:ଦୁର୍ଘଟଣାସ୍ଥଳ ପରିଦର୍ଶନ କରି ବିପଜ୍ଜନକ ସ୍ଥିତିରେ ଥିବା ନିକଟସ୍ଥ କୋଠାଗୁଡ଼ିକୁ ତୁରନ୍ତ ଉଚ୍ଛେଦ କରିବା ପାଇଁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ
- ଓଡ଼ିଶାରୁ ବିରଳ ଓରାଙ୍ଗଉଟାନ ଠାବ , ବାଲେଶ୍ବରର ରଣକୋଠା ସଂରକ୍ଷିତ ଜଙ୍ଗଲରୁ ୫ଟି ଓରାଙ୍ଗଉଟାନକୁ ଠାବ କରିଛି ବନବିଭାଗ
- ଆଜି ଶ୍ରୀମନ୍ଦିରରେ ପ୍ରଭୁ ବଳଭଦ୍ରଙ୍କର ପ୍ରଳମ୍ବାସୁର ବଧ ବେଶ ଅନୁଷ୍ଠିତ
- ଟ୍ରାଫିକ୍ ପୁଲିସ କର୍ମଚାରୀଙ୍କ ପାଇଁ ଶୋଲ୍ଡର ଫ୍ଲିକରିଂ ଲାଇଟ୍ ବ୍ୟବସ୍ଥାର ଶୁଭାରମ୍ଭ
- ଦିଲ୍ଲୀ PG ଟ୍ରାଜେଡି: ୬ ମୃତ ,PG ମାଲିକଙ୍କୁ ଠାବ କରିବା ପାଇଁ ପୋଲିସର ସ୍ୱତନ୍ତ୍ର ଟିମ୍ ଗଠନ
- ପିଆଜ ପୁଣି ଉପରମୁହାଁ,ଟ୍ବିନ ସିଟିରେ ରାଜଧାନୀରେ ପିଆଜ ଖୁଚୁରା ଦର ୬୦ରୁ ୭୦ ଟଙ୍କା ଛୁଇଁଲାଣି
- ରାଜଧାନୀରେ ଭୁଶୁଡ଼ିଲା 4 ମହାଲା କୋଠା ,ଅନେକ ଲୋକ ଫସି ରହିଥିବା ଆଶଙ୍କା
- କାର୍ଯ୍ୟରତ ସାମ୍ବାଦିକଙ୍କ ଅକାଳ ମୃତ୍ୟୁ ଘଟିଲେ, ସେମାନଙ୍କ ପରିବାରକୁ ମିଳିବ ଆର୍ଥିକ ସହାୟତା
Prev Post
Next Post