ଆଇଏଏସ ସ୍ତରରେ ବଡଧରଣର ଅଦଳବଦଳ

ବରିଷ୍ଠ ଆଇଏଏସମାନଙ୍କ ସ୍ତରରେ ଆଜି ବଡଧରଣର ଅଦଳବଦଳ କରିଛନ୍ତି ରାଜ୍ୟ ସରକାର | ୧୯୯୧ ବ୍ୟାଚର ଆଇଏଏସ ଅଧିକାରୀ ଥିବା ସତ୍ୟବ୍ରତ ସାହୁଙ୍କୁ ଗୃହ ବିଭାଗର ଅତିରିକ୍ତ ମୁଖ୍ୟ ସଚିବ ଭାବେ ବଦଳି କରାଯାଇଛି | ଶିଳ୍ପ ବିଭାଗର ଅତିରିକ୍ତ ମୁଖ୍ୟ ସଚିବ ଥିବା ହେମନ୍ତ ଶର୍ମାଙ୍କୁ ଶକ୍ତି ବିଭାଗର ମୁଖ୍ୟ ସଚିବ ଭାବେ ବଦଳି କରାଯାଇଛି | ସାମାଜିକ ନ୍ୟାୟ ଓ ସଶକ୍ତିକରଣ ବିଭାଗର ମୁଖ୍ୟ ସଚିବ ଥିବା ବିଷ୍ଣୁପଦ ସେଠିଙ୍କୁ ଓଡ଼ିଆ ଭାଷା, ସଂସ୍କୃତି ବିଭାଗର ମୁଖ୍ୟ ସଚିବ ଭାବେ ବଦଳି କରାଯାଇଛି | କୌଶଳ ଦକ୍ଷତା ଓ ବୈଷୟିକ ଶିକ୍ଷା ବିଭାଗର ସଚିବ ଉଷା ପାଢ଼ୀଙ୍କୁ ନଗରଉନ୍ନୟନ ବିଭାଗର ମୁଖ୍ୟ ସଚିବ ଭାବେ ବଦଳି କରାଯାଇଛି | ସେ ବାଣିଜ୍ୟ ଓ ପରିବହନ ବିଭାଗର ମୁଖ୍ୟ ସଚିବ ଭାବେ ଅତିରିକ୍ତ ଦାୟିତ୍ୱ ତୁଲାଇବେ | ଶିଳ୍ପ ବିଭାଗର ସ୍ୱତନ୍ତ୍ର ସଚିବ ଥିବା ବିଶାଳ ଗଗନଙ୍କୁ ନୂଆଦିଲ୍ଲୀରେ ଆବାସିକ କମିଶନର ଭାବେ ବଦଳି କରାଯାଇଛି | ରାଜ୍ୟପାଳଙ୍କ ମୁଖ୍ୟ ସଚିବ ଥିବା ଏନବିଏସ ରାଜପୁତଙ୍କୁ କୌଶଳ ଦକ୍ଷତା ଓ ବୈଷୟିକ ଶିକ୍ଷା ବିଭାଗର ମୁଖ୍ୟ ସଚିବ ଭାବେ ବଦଳି କରାଯାଇଛି | ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ମୁଖ୍ୟ ସଚିବ ଥିବା ଶାଳିନୀ ପଣ୍ଡିତଙ୍କୁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର କମିଶନର ଭାବେ ବଦଳି କରାଯାଇଛି |

ସେହିପରି ଓଏମସି ଚେୟାରମ୍ୟାନ ତଥା ଖଣି ଓ ଇସ୍ପାତ ବିଭାଗର ଅତିରିକ୍ତ ମୁଖ୍ୟ ସଚିବ ଥିବା ଦେଓ ରଞ୍ଜନ ସିଂହଙ୍କୁ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ଅତିରିକ୍ତ ମୁଖ୍ୟ ସଚିବ ସହ ଏସଆରସି(ସ୍ୱତନ୍ତ୍ର ରିଲିଫ କମିଶନର) ଦାୟିତ୍ୱ ଦିଆଯାଇଛି | ସାଧାରଣ ପ୍ରଶାସନ ଓ ଅଭିଯୋଗ ବିଭାଗର ଅତିରିକ୍ତ ମୁଖ୍ୟ ସଚିବ ଥିବା ସୁରେନ୍ଦ୍ର କୁମାରଙ୍କୁ ପର୍ଯ୍ୟଟନ ବିଭାଗ ସହ ଖଣି ଓ ଇସ୍ପାତ ବିଭାଗର ଅତିରିକ୍ତ ମୁଖ୍ୟ ସଚିବ ଭାବେ ବଦଳି କରାଯାଇଛି |

 

ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର କମିଶନର ଥିବା ଅସ୍ବଥି ଏସଙ୍କୁ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର କମିଶନର ଭାବେ ବଦଳି କରାଯାଇଛି | ଅନୁସୂଚିତ ଜାତି-ଜନଜାତି ବିଭାଗର କମିଶନର ଥିବା ରୁପା ରୋଶନ ସାହୁଙ୍କୁ ଦକ୍ଷିଣାଂଚଳ ଆରଡିସି ଭାବେ ବଦଳି କରାଯାଇଛି | ପର୍ଯ୍ୟଟନ ବିଭାଗର ନିର୍ଦ୍ଦେଶକ ସଚିନ ରାମଚନ୍ଦ୍ର ଯାଦବଙ୍କୁ ଆରଡିସି, ସମ୍ବଲପୁର ଓ ଓଏମସି ନିର୍ଦ୍ଦେଶକ ବଳବନ୍ତ ସିଂହଙ୍କୁ ପର୍ଯ୍ୟଟନ ବିଭାଗର କମିଶନର ଭାବେ ଅତିରିକ୍ତ ଦାୟିତ୍ୱ ଦିଆଯାଇଛି | ସେହିପରି ବି ପରମେଶ୍ୱରନଙ୍କୁ ଆରଡିସି, କଟକ, ଏନ ତିରୁମାଲା ନାୟକଙ୍କୁ ବିଡିଏର ଭାଇସ ଚେୟାରମ୍ୟାନ ଭାବେ ବଦଳି କରାଯାଇଛି | ସେହିପରି ସମର୍ଥ ବର୍ମାଙ୍କୁ ପର୍ଯ୍ୟଟନ ବିଭାଗର ନିର୍ଦ୍ଦେଶକ, ଅନନ୍ୟା ଦାସଙ୍କୁ ଓସେପାର ନିର୍ଦ୍ଦେଶିକା ଭାବେ ବଦଳି କରାଯାଇଛି |