ଆଉ ଗଡ଼ିବନି ଲକ୍ଷ୍ମୀ ଏସି ବସ୍
ଆଉ ଗଡ଼ିବନି ମାଲକାନଗିରିରେ ଲକ୍ଷ୍ମୀ ଏସି ବସ୍। ୬ଟି ରୁଟରେ ବସ୍ ଚଳାଚଳ ବାତିଲ। ଆରଟିଓ ବସ୍ ଚଳାଚଳ ପରମିଟ୍ ବାତିଲ କରିଛନ୍ତି। ସାରା ରାଜ୍ୟରେ ୫୭ଟି ଲକ୍ଷ୍ମୀ ଏସି ବସ୍ ଚଳାଚଳ କରୁଥିଲା। ଏହା ମଧ୍ୟରୁ ୨୮ଟି ବସ୍ ଚଳାଚଳ ବନ୍ଦ କରାଯାଇଛି। ପୂର୍ବ ସରକାର ମାଲକାନଗିରି ଜିଲ୍ଲାରୁ ଲକ୍ଷ୍ମୀ ବସ୍ ସେବା ଆରମ୍ଭ କରିଥିଲେ। ନୂଆ ସରକାର ଆସିବା ପରେ ଲକ୍ଷ୍ମୀ ବସ୍ ଚଳାଚଳକୁ ନେଇ ଅନିଶ୍ଚିତତା ଦେଖାଦେଇଥିଲା। ଏବେ ମାଲକାନଗିରି ଜିଲ୍ଲାରେ ଲକ୍ଷ୍ମୀ ଏସି ବସ୍ ଚଳାଚଳ ବନ୍ଦ କରାଯାଇଛି।