ଶୁଆକାଟିସ୍ଥିତ ଗନ୍ଧମାର୍ଦ୍ଧନ ଖଣିରୁ ଗୁହାଳଡିହି ସାଇଡିଂକୁ ରେଳ ସଂଯୋଗ ପ୍ରତିବାଦରେ କେନ୍ଦୁଝର ଜିଲା ଟ୍ରକ୍ ମାଲିକ ସଂଘର ୨୪ ଘଣ୍ଟିଆ କେନ୍ଦୁଝର ଜିଲା ବନ୍ଦ ଓ ଅର୍ଥନୈତିକ ଅବରୋଧ ଆନ୍ଦୋଳନ ଶାନ୍ତିପୂର୍ଣ୍ଣ ଭାବେ ଆରମ୍ଭ ହୋଇଛି। ଏହି ସାଇଡିଂ ହେଲେ ହଜାର ହଜାର ଟ୍ରକ୍ ମାଲିକ କାମ ହରାଇବେ ଏବଂ ପ୍ରତ୍ୟକ୍ଷ ଓ ପରୋକ୍ଷ ଭାବେ ଏହି ବ୍ୟବସାୟ ଉପରେ ନିର୍ଭର ଲକ୍ଷାଧିକ ପରିବାର କ୍ଷତିଗ୍ରସ୍ତ ହେବେ।ଏଣୁ ଏହି ରେଳ ଲାଇନ ନିର୍ମାଣକୁ ବିରୋଧ କରି ବନ୍ଦ ଡାକରା ଦେବା ସହ ବିଭିନ୍ନ ସ୍ଥାନରେ ରାସ୍ତା ଓ ରେଳରୋକୋ ଆରମ୍ଭ କରିଛନ୍ତି। ଫଳରେ ରାସ୍ତାରେ ଗାଡ଼ି ଚଳାଚଳ ବନ୍ଦ ରହିଥିବା ବେଳେ ଯାତ୍ରୀବାହୀ ଓ ମାଲ୍ବାହୀ ଟ୍ରେନ ଚଳାଚଳ ଠପ୍ ହୋଇଯାଇଛି। ରାସ୍ତାରେ ମାଲ୍ ପରିବହନ ବନ୍ଦ ରହିଛି। ବସ୍ ବନ୍ଦ ଯୋଗୁ ଯାତ୍ରୀ ପରିବହନ ବାଧାପ୍ରାପ୍ତ ହୋଇଛି। ଦୋକାନ ବଜାର, ଅଫିସ ବନ୍ଦ ରହିଥିବା ବେଳେ ପେଟ୍ରୋଲ ପମ୍ପ୍ ମଧ୍ୟ ବନ୍ଦ ଥିବା ସୂଚନା ମିଳିଛି।
Trending
- ସୁଭଦ୍ରା ଯୋଜନାର ହିତାଧିକାରୀମାନେ ୬୦ ବର୍ଷ ବୟସ ପ୍ରାପ୍ତ କରିବା ପରେ ବାର୍ଦ୍ଧକ୍ୟ ପେନସନ ପାଇଁ ଆବେଦନ କରିପାରିବେ
- ପୁଣି ରାହୁଲ ଆଣିଲେ ଅଭିଯୋଗ
- ମହିଳା କନଷ୍ଟେବଳ ଶୁଭମିତ୍ରା ସାହୁଙ୍କ ଜୀବନ କେମିତି ନେଲା ଦୀପକ
- ଆଜିଠୁ ବିଧାନସଭାର ମୌସୁମୀ ଅଧିବେସନ ଆରମ୍ଭ
- ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଜନ୍ମଦିନରେ ଓଡ଼ିଶାରେ କୋଟିଏ ଛୁଇଁଲା ବୃକ୍ଷରୋପଣ
- ଶୁଭମିତ୍ରାଙ୍କ ହତ୍ୟା ପାଇଁ ୭ଦିନ ତଳୁ ହୋଇଥିଲା ଷଡ଼୍ଯନ୍ତ୍ର
- ବ୍ରହ୍ମଗିରି ବାଲି ହରଚଣ୍ଡୀ ଗଣଦୁଷ୍କର୍ମ ଘଟଣାକୁ ନେଇ ବିଜେଡି ତାତିଲା
- ୭୫ ବର୍ଷରେ ପାଦ ପାଦ ଦେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
- ଭଣ୍ଡ ସନ୍ନ୍ୟାସୀ କିଏ?
- ୯୧୩ଟି ନୂତନ ଅଙ୍ଗନୱାଡି କେନ୍ଦ୍ରର ଉଦଘାଟନ କଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା
Prev Post
Next Post