ପ୍ରତିବର୍ଷ ନଭେମ୍ବର ୧୦ ତାରିଖକୁ ମାଣ୍ଡିଆ ଦିବସ ଭାବେ ପାଳନ କରାଯାଉଛି । ଦେଶର ପ୍ରଥମ ରାଜ୍ୟଭାବେ ଓଡ଼ିଶା ମାଣ୍ଡିଆ ଦିବସ ପାଳନ କରୁଛି । ୭ଟି ଜିଲ୍ଲାରୁ ଆରମ୍ଭ ହୋଇଥିବା ମିଲେଟ ମିଶନ ଏବେ ୩୦ ଜିଲ୍ଲାର ୧୭୭ ବ୍ଲକରେ କାର୍ଯ୍ୟକାରୀ ହେଉଛି । ପୋଷକ ତତ୍ତ୍ବରେ ଭରପୁର ରହିଛି ମାଣ୍ଡିଆ । ମାଣ୍ଡିଆକୁ ପରବର୍ତ୍ତୀ ପର୍ଯ୍ୟାୟରେ ପହଞ୍ଚାଇବା ସହ ପୂରା ବିଶ୍ବରେ ଏହାର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିବା ପାଇଁ ମାଣ୍ଡିଆ ଦିବସ ପାଳନ କରୁଛି ଓଡ଼ିଶା ।ମାଣ୍ଡିଆ ଚାଷ ପାଇଁ ଚାଷୀଙ୍କୁ ସ୍ବତନ୍ତ୍ର ପ୍ରୋତ୍ସାହନ ରାଜ୍ୟ ସରକାର ଯୋଗାଇ ଦେଉଛନ୍ତି । ଚାଉଳ ଓ ଗହମ ଭଳି ୧୫ଟି ଜିଲ୍ଲାରେ ରାସନରେ ମାଣ୍ଡିଆ ପ୍ରଦାନ କରାଯାଉଛି । ଏହାସହ ପ୍ରତି ଥାଳିରେ ମାଣ୍ଡିଆକୁ ବ୍ୟବହାର କରିବା ପାଇଁ ସ୍କୁଲର ମଧ୍ୟାହ୍ନଭୋଜନ, ଡାକ୍ତରଖାନା କ୍ୟାଣ୍ଟିନ, ସରକାରୀ କାର୍ଯ୍ୟାଳୟ ଓ ବୈଠକ, ହୋଟେଲ ମାନଙ୍କରେ ମାଣ୍ଡିଆକୁ ସାମିଲ କରାଯାଉଛି ।
Trending
- ସାରା ଦେଶରେ ପର୍ଯ୍ୟାୟକ୍ରମେ ଭୋଟର ତାଲିକାର ସ୍ୱତନ୍ତ୍ର ସଂଶୋଧନ (ଏସ୍ଆଇଆର୍) କରାଯିବ
- ପଶ୍ଚିମବଙ୍ଗରେ ଓଡ଼ିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ମାମଲାରେ ତିନି ଗିରପ
- “ପଶ୍ଚିମବଙ୍ଗକୁ ଦୁଷ୍କର୍ମକାରୀ ଏବଂ ଅପରାଧୀଙ୍କ ପାଇଁ ଏକ ସୁରକ୍ଷିତ ଠିକଣା – ବିଜେପି
- ପୁଣି ଥରେ ଆଇସିୟୁରେ ଭର୍ତ୍ତି ହୋଇଛନ୍ତି ସଙ୍ଗୀତକାର ଅଭିଜିତ ମଜୁମଦାର
- ବିଜେପିରୁ ପ୍ରାର୍ଥୀ ହେବେ ଜୟ ଢ଼ୋଲକିଆ
- ବୃହତ୍ ମତ୍ସ୍ୟ ମାର୍କେଟର ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ
- ଜଳେଶ୍ୱରର ଓଡ଼ିଆ ଡାକ୍ତରୀ ଛାତ୍ରୀଙ୍କୁ ଦୁର୍ଗାପୁରରେ ଗଣଦୁଷ୍କର୍ମ
- ରାଜ୍ୟ କ୍ୟାବିନେଟ୍ର ୨୮ତମ ବୈଠକ , ୧୫ଟି ପ୍ରସ୍ତାବ ଉପରେ ବାଜିଲା ମୋହର
- ଗଣତାନ୍ତ୍ରିକ ସମାଜରେ ଉଗ୍ରବାଦ, ଆତଙ୍କୀ କାର୍ଯ୍ୟକଳାପର କୌଣସି ସ୍ଥାନ ନାହିଁ
- ଆଇଏଏସ ସ୍ତରରେ ବଡ଼ ଧରଣର ଅଦଳବଦଳ
Prev Post