ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ମାରାଥନ କାର୍ଯ୍ଯକ୍ରମ । ସମ୍ବଲପୁର, ଅନୁଗୁଳ ଓ ଢେଙ୍କାନାଳରେ ଦଳୀୟ ପ୍ରାର୍ଥୀଙ୍କ ପାଇଁ କରିବେ ପ୍ରଚାର । ପ୍ରଥମେ ସମ୍ୱଲପୁରରେ ପହଞ୍ଚି ଦଳୀୟ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିବେ ନବୀନ । ଏଥିପାଇଁ ସମସ୍ତ ପ୍ରକାର ପ୍ରସ୍ତୁତି ଚୂଡାନ୍ତ ହୋଇଛି । ଆଜି ସକାଳ ୧୦ ଟା ୪୫ ମିନିଟ ସମୟରେ ମୁଖ୍ୟମନ୍ତ୍ରୀ ସ୍ଵତନ୍ତ୍ର ହେଲିକେପ୍ଟର ଯୋଗେ ଜମାଦାରପାଲି ଏୟାରଷ୍ଟ୍ରିପରେ ପହଞ୍ଚିବେ । ସେଠାରୁ ପୁଣି ସମ୍ବଲପୁର ରିଜର୍ଭ ପୋଲିସ ଗ୍ରାଉଣ୍ଡରେ ପହଞ୍ଚିବେ । ରିଜର୍ଭ ପୋଲିସ ଗ୍ରାଉଣ୍ଡରୁ ଅଇଁଠାପାଲି ପିଏଚଡି ପଡିଆକୁ ଯିବେ । ୧୧ ଟା ୩୦ ମିନିଟ ସମୟରେ ପିଏଚଡି ପଡ଼ିଆରେ ଜନସଭାକୁ ସମ୍ବୋଧନ କରିବାର କାର୍ଯ୍ୟକ୍ରମ ରହିଛି । ଅଇଁଠାପାଲିରୁ ନାକଟିଦେଉଳ ଏବଂ ରେଢ଼ାଖୋଲ ଯିବାର କାର୍ଯ୍ୟକ୍ରମ ରହିଛି ।ସମ୍ବଲପୁର ପରେ ୩ଟା ୩୦ରେ ଅନୁଗୁଳ ଷ୍ଟାଡିୟମରେ ପହଁଛି ଜନସଭାକୁ ସମ୍ବୋଧିତ କରିବେ । ସେଠାରୁ ଠେଙ୍କାନାଳ ଯାଇ ଜନସଭାକୁ ସମ୍ବୋଧିତ କରିବା ସହ ଦଳୀୟ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିବାର କାର୍ଯ୍ଯକ୍ରମ ରହିଛି ।
Trending
- ଆୟକର ଫାଙ୍କି ନେଇ ଉତ୍କଳ ବିଲ୍ଡର୍ସରେ ଚଢ଼ଉ
- ଆଜି କାର୍ତ୍ତିକପୂର୍ଣ୍ଣିମାରୁ ଆରମ୍ଭ ହେବ କଟକର ଐତିହାସିକ ବାଲିଯାତ୍ରା
- ଆଜି ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା, ରାଜ୍ୟର ବିଭିନ୍ନ ସ୍ଥାନରେ ବୋଇତ ବନ୍ଦାଣ କାର୍ଯ୍ୟକ୍ରମ ଅନୁଷ୍ଠିତ
- ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ବିମାନ ଯାଞ୍ଚ
- ଆଜି କାର୍ତ୍ତିକ ମାସ ଶୁକ୍ଳପକ୍ଷ ପବିତ୍ର ଚତୁର୍ଦ୍ଦଶୀ ତିଥି,ଶ୍ରୀମନ୍ଦିରରେ ‘ଲକ୍ଷ୍ମୀ ନୃସିଂହ’ ବେଶରେ ଦର୍ଶନ ଦେଉଛନ୍ତି ମହାପ୍ରଭୁ
- ନୀତିଶଙ୍କ ବିକାଶ ବନାମ ଲାଲୁଙ୍କ ଜଙ୍ଗଲରାଜ
- ନବୀନ ପଟ୍ଟନାୟକଙ୍କୁ କାଉଣ୍ଟର କଲେ ଭାଜପା ମୁଖପାତ୍ର ଅନିଲ ବିଶ୍ବାଳ
- ଆଜିଠାରୁ ଭୋଟର ତାଲିକା ସଂଶୋଧନ ପ୍ରକ୍ରିୟା ଆରମ୍ଭ
- ଇଣ୍ଡିଆ ମେଣ୍ଟର ତିନି ମାଙ୍କଡ – ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ
- ବିଜେପି ଆଗରୁ ଭୋଟ୍ ଚୋରି କରି ସରକାର କରିଥିଲେ, ଆଉ ଏବେ ପ୍ରାର୍ଥୀ ଚୋରି – ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ
Prev Post
Next Post