ଆଜି ମୁଖ୍ୟମନ୍ତ୍ରୀଙ୍କ ରୋଡ୍ ସୋ
ଆଜି ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜଧାନୀରେ ରୋଡ୍ ସୋ କରିବେ। ମୁଖ୍ୟମନ୍ତ୍ରୀ ୟୁନିଟ-୬, ଗଙ୍ଗନଗର ଛକ ଠାରୁ ଏଲ୍ଆଇସି ଅଫିସ ଛକ, ଗୋପବନ୍ଧୁ ଛକ, ଓୟୁଏଟି ଗେଷ୍ଟ୍ ହାଉସ୍ ଛକ, ୟୁନିଟ-୮ ଡିଏଭି ସ୍କୁଲ ଛକ, ଏଚ୍ଡିଏଫ୍ସି ବ୍ୟାଙ୍କ ଛକ, ବାଲୁକେଶ୍ବର ମନ୍ଦିର ଛକ, ମମତାଜ ଅଲ୍ଲି ସ୍କୁଲ, ଶ୍ରୀକୃଷ୍ଣ କ୍ଲବ, ବେହେରା ସାହି ଛକ, ନିକୋ ପାର୍କ ଛକ, ବାୟାବାବା ମଠ, ରୁପାଲୀ ଛକ, ରାମମନ୍ଦିର ଛକ, ଶ୍ରୀୟା ଛକ, ମାଷ୍ଟର କ୍ୟାଣ୍ଟିନ ଦେଇ ଶିଶୁ ଭବନ ଛକ ପର୍ଯ୍ୟନ୍ତ ରୋଡ୍ ସୋ’ ଯିବ। ଗମନାଗମନକୁ ଦୃଷ୍ଟିରେ ରଖି ଓଡିଶା ଅର୍ବାନ୍ ପୁଲିସ ଆକ୍ଟ ୨୦୦୩ ଧାରା ୨୮ (ଓଡ଼ିଶା ଆକ୍ଟ ୨୦୦୭ ଧାରା ୮) ଏବଂ ପୁଲିସ କମିସନରେଟ ଭୁବନେଶ୍ୱର କଟକ ଟ୍ରାଫିକ୍ ଓ ପବ୍ଲିକ୍ ଅର୍ଡର ୨୦୦୮ ଧାରା ୩୬ ଅନୁସାରେ ଟ୍ରାଫିକ କଟକଣା ଲାଗୁ କରାଯାଇଛି।