ମେଟ୍ରୋ ଟିଭି ଓଡିଶା,୯/୨ : ଆଜି ଶ୍ରୀମନ୍ଦିରରେ ଚତୁର୍ଦ୍ଧା ବିଗ୍ରହଙ୍କ ବନକଲାଗି ଓ ଶ୍ରୀମୁଖ ସିଂହାର ନୀତି । ଶ୍ରୀମନ୍ଦିରରେ ମଧ୍ୟାହ୍ନ ଧୂପ ସରିବା ପରେ ଦତ୍ତମହାପାତ୍ର ସେବକ ମାନେ ରତ୍ନବେଦୀରେ ମହାପ୍ରଭୁଙ୍କର ବନକଲାଗି ନୀତି ସମ୍ପର୍ଣ୍ଣ କରିବେ ।
ସୂଚନା ଅନୁସାରେ,ହିଙ୍ଗୁଳ, ହରିତାଳ, ଶଙ୍ଖ, କସ୍ତୁରୀ ଓ କଳା ଆଦି ପ୍ରାକୃତିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ ।ଏଥିପାଇଁ ଆଜି ଅପରାହ୍ନ ୫ ଟାରୁ ରାତି ୯ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଏ ନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ।