ଭୁବନେଶ୍ବର: ପ୍ରତିବର୍ଷ ଭଳି ଏବର୍ଷ ମଧ୍ୟ ବିଜେଡି ପକ୍ଷରୁ ଅକ୍ଟୋବର ୨ ଗାନ୍ଧୀ ଜୟନ୍ତୀରୁ ଅକ୍ଟୋବର ୧୧ ଜୟପ୍ରକାଶ ନାରାୟଣ ଜୟନ୍ତୀ ପର୍ଯ୍ୟନ୍ତ ଜନ ସମ୍ପର୍କ ପଦଯାତ୍ରା ଅନୁଷ୍ଠିତ ହେବ। ଭୁବନେଶ୍ୱର ଏକାମ୍ର ନିର୍ବାଚନମଣ୍ଡଳୀରୁ ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାର ଶୁଭାରମ୍ଭ କରିବେ। ବଡ଼ଗଡ଼ ବ୍ରିଟ କଳିଙ୍ଗ ବିଜୁ ଆଦର୍ଶ କଲୋନୀରେ ମୁଖ୍ୟମନ୍ତ୍ରୀ ପଦଯାତ୍ରାରେ ସାମିଲ ହେବା ସହ ନେତାଜୀ ଖେଳ ପଡ଼ିଆଠାରେ ଏକ ବିଶାଳ ଜନସମାବେଶକୁ ଉଦବୋଧନ ଦେବେ। ପଦଯାତ୍ରା ସମୟରେ ବିଭିନ୍ନ ଜନକଲ୍ୟାଣ ଓ ଲୋକାଭିମୁଖୀ ଯୋଜନା ବିଷୟରେ ଲୋକଙ୍କୁ ଅବଗତ କରାଯିବ। ଜନସମ୍ପର୍କ ପଦଯାତ୍ରା ଚଳିତବର୍ଷ ପ୍ରତ୍ୟେକ ନିର୍ବାଚନମଣ୍ଡଳୀ ସ୍ତରରେ କରାଯିବ। ଏହି ଅବସରରେ ‘ଗାନ୍ଧୀ ଜୟନ୍ତୀ ଏବଂ ଲାଲ୍ ବାହାଦୁର ଶାସ୍ତ୍ରୀ ଜୟନ୍ତୀ’, ଅକ୍ଟୋବର ୯ ତାରିଖରେ ‘ଉତ୍କଳମଣି ଗୋପବନ୍ଧୁ ଦାସ ଜୟନ୍ତୀ’ ଏବଂ ଅକ୍ଟୋବର ୧୧ ତାରିଖରେ ‘ଲୋକନାୟକ ଜୟପ୍ରକାଶ ନାରାୟଣ ଜୟନ୍ତୀ’ ପାଳନ କରାଯିବ। ସେହିପରି ଅକ୍ଟୋବର ୧୨ରୁ ମାସେବ୍ୟାପୀ ଦଳର ସକ୍ରିୟ ସଦସ୍ୟ/ସଦସ୍ୟାଙ୍କୁ ନେଇ ପ୍ରତ୍ୟେକ ନିର୍ବାଚନ ମଣ୍ଡଳୀରେ ଜିଲା ପରିଷଦ ଜୋନ୍ସ୍ତରୀୟ ଓ ପୌରାଞ୍ଚଳସ୍ତରରେ ପ୍ରଶିକ୍ଷଣ ଶିବିରମାନ ଆୟୋଜିତ ହେବ।
Trending
- ପାଟନା ସିଭିଲ କୋର୍ଟରେ ଗୁଳିକାଣ୍ଡ ମାମଲାରେ ଚର୍ଚ୍ଚିତ ଶିକ୍ଷକ ଖାନ୍ ସାର୍
- ରାଜ୍ୟରେ ମୋଟ ୩,୭୯୩.୩୩ କୋଟି ଟଙ୍କାର ପୁଞ୍ଜିନିବେଶ ହେବାକୁ ଯାଉଥିବା ବେଳେ ୧୯,୯୨୪ ଜଣଙ୍କ ପାଇଁ ନୂଆ ନିଯୁକ୍ତି ସୁଯୋଗ ସୃଷ୍ଟି ହେବ
- ଅନ୍ତର୍ଜାତୀୟ ରଜ ଉତ୍ସବ ଉପରେ କାଳବୈଶାଖୀ ମାଡ଼,ବ୍ୟବସାୟୀଙ୍କ ସାମଗ୍ରୀରେ ପାଣି ପଶି ଲକ୍ଷାଧିକ ଟଙ୍କାର କ୍ଷତି ହୋଇଛି
- ଦିଲ୍ଲୀରେ ‘କକ୍ରୋଚ୍’ ପାର୍ଟିର ଆନ୍ଦୋଳନ,କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି
- କାଳବୈଶାଖୀ ପ୍ରଭାବରେ ରାଜଧାନୀରେ ପ୍ରବଳ ବର୍ଷା ସହ କୁଆପଥର ବର୍ଷା
- ଭିଜିଲାନ୍ସ ଜାଲରେ ବାଲିଗୁଡ଼ା ITDA ସହକାରୀ ଯନ୍ତ୍ରୀ ବୈକୁଣ୍ଠ ନାଥ ବେହେରା,ଏକା ସାଙ୍ଗରେ ୯ଟି ସ୍ଥାନରେ ଚଢାଉ କରିଛି ଭିଜିଲାନ୍ସ
- ରାଜ୍ୟରେ ୩୦ ତାରିଖ ଯାଏଁ ବସ୍ ଧର୍ମଘଟ ସ୍ଥଗିତ ,ବସ୍ ଭଡ଼ା ବୃଦ୍ଧି ହେବା ନେଇ ଆଜି ବସିଥିବା ଦ୍ୱିପାକ୍ଷିୟ ବୈଠକ ଅପାତତଃ ସଫଳ
- ଆଇଡବ୍ଲୁଟି କୁ ନେଇ ନିଜର ଆଭିମୁଖ୍ୟ ସ୍ପଷ୍ଟ କରିଛି ଭାରତ, ଯେଉଁ ପର୍ଯ୍ୟନ୍ତ ପାକିସ୍ତାନ ଆତଙ୍କବାଦକୁ ବନ୍ଦ ନ କରିଛି ସେ ପର୍ଯ୍ୟନ୍ତ ଏହି ସନ୍ଧି ସ୍ଥଗିତ ରହିବ
- ବାଲିଅନ୍ତା ସୌମ୍ୟ ହତ୍ୟା ମାମଲାର ତଦନ୍ତ ସାରି ଦିଲ୍ଲୀ ଫେରିଲା NHRC ଟିମ୍ ,ADG ଦୟାଲ ଗଙ୍ଗୱାରଙ୍କ ସମେତ ଅନ୍ୟ ସମସ୍ତଙ୍କୁ ପଚରାଉଚରା ହୋଇଛି
- ଶ୍ରୀମନ୍ଦିର କାର୍ଯ୍ୟାଳୟରେ ଚାଲିଥିବା ପରିଚାଳନା କମିଟି ବୈଠକ ଶେଷ,ନୀଳାଦ୍ରି ବିଜେ ପରେ ଗଣତି ମଣତି କାର୍ଯ୍ୟ ହେବ