ଆଜିଠୁ ବିଜେଡିର ପରିବାର ସମ୍ପର୍କ ଯାତ୍ରା

ଭୁବନେଶ୍ୱର:ଆଜିଠୁ ବିଜେଡିର ପରିବାର ସମ୍ପର୍କ ଯାତ୍ରା। ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ଜୟନ୍ତୀରୁ ମାର୍ଚ୍ଚ ୫ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ଯାଏ ବିଜେଡି ପକ୍ଷରୁ ଏହି ଅଭିଯାନ ଚାଲିବ। ପରିବାର ସହ ନେତା ଓ କର୍ମକର୍ତ୍ତା ସମ୍ପର୍କ ଯୋଡ଼ିବା ଲକ୍ଷ୍ୟରେ ଏଭଳି କାର୍ଯ୍ୟକ୍ରମ କରାଯାଉଛି। ବିଜେଡି ନେତା ଓ କର୍ମୀ ରାଜ୍ୟ ସରକାରଙ୍କ ସଫଳତା ସମ୍ପର୍କରେ ଲୋକଙ୍କୁ ଅବଗତ କରାଇବା ସହ ସେମାନଙ୍କ ଭଲମନ୍ଦ ବୁଝି ସହଯୋଗ କରିବେ। ଫେବୃଆରୀ ମଧ୍ୟ ଭାଗ କିମ୍ବା ଶେଷ ସପ୍ତାହରେ ନିର୍ବାଚନ ତାରିଖ ଘୋଷଣା ହୋଇପାରେ। ଏହା ପୂର୍ବରୁ ବିଜେଡି ରାଜ୍ୟବ୍ୟାପୀ ମତଦାତାଙ୍କ ପାଖରେ ପହଞ୍ଚତ୍ବାକୁ ଲକ୍ଷ୍ୟ ରଖିଛି।