ଆଜିଠୁ ୧୩ ଯାଏଁ ଚାଲିବ ବିଧାନସଭା ବଜେଟ୍ ଅଧିବେଶନ। ଗୃହରେ ଅଭିଭାଷଣ ରଖିବେ ନୂଆ ରାଜ୍ୟପାଳ ରଘୁବର ଦାସ। ଅଧିବେଶନରେ ମୋଟ ୭ଟି କାର୍ଯ୍ୟ ଦିବସ। ୮ ତାରିଖରେ ଉପସ୍ଥାପିତ ହେବ କାମଚଳା ବଜେଟ୍। ଆଗକୁ ସାଧାରଣ ନିର୍ବାଚନ ଥିବାରୁ ଗୃହ ବେଶ୍ ସରଗରମ ହେବା ନେଇ ଆଶଙ୍କା କରାଯାଉଛି। ନୂଆ ରାଜ୍ୟପାଳଙ୍କ ଅଭିଭାଷଣରୁ ଗୃହ କାର୍ଯ୍ୟ ଆରମ୍ଭ ହେବ। ରାଜ୍ୟପାଳଙ୍କ ଅଭିଭାଷଣ ପରେ ପୂର୍ବତନ ରାଜ୍ୟପାଳ ଏମ୍ ଏମ୍ ରାଜେନ୍ଦ୍ରନଙ୍କ ସମେତ ପରଲୋକଗତ ପୂର୍ବତନ ବିଧାୟକ ଓ ଅନ୍ୟମାନଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇ ଶୋକପ୍ରସ୍ତାବ ଆଗତ ହେବ।ଏହାପରେ ଗୃହ ମୁଲତବୀ ରହିବ। ୬ ତାରିଖରେ ପୂର୍ବତନ ରାଜ୍ୟପାଳ ସ୍ବର୍ଗତ ରାଜେନ୍ଦ୍ରନ୍ଙ୍କ ସମ୍ମାନାର୍ଥେ ଗୃହ କାର୍ଯ୍ୟ ହେବ ନାହିଁ ବୋଲି ଆଜି ସର୍ବଦଳୀୟ ବୈଠକରେ ନିଷ୍ପତ୍ତି ହୋଇଛି। ୭ ତାରିଖରେ ରାଜ୍ୟପାଳଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବ ଆଲୋଚନା ହେବ। ୮ ତାରିଖରେ ଅର୍ଥ ମନ୍ତ୍ରୀ ୨୦୨୪-୨୫ ଆର୍ଥିକ ବର୍ଷର କାମଚଳା ବଜେଟ୍ ଉପସ୍ଥାପନ କରିବେ। ୯ ତାରିଖରେ ବ୍ୟୟମଞ୍ଜୁରି ବିଲ୍ ପାରିତ ହେବ। ୧୦ ଓ ୧୧ ତାରିଖ ଦ୍ବିତୀୟ ଶନିବାର ଓ ରବିବାର ପାଇଁ ଛୁଟି ରହିଛି।
Trending
- ସାରା ଦେଶରେ ପର୍ଯ୍ୟାୟକ୍ରମେ ଭୋଟର ତାଲିକାର ସ୍ୱତନ୍ତ୍ର ସଂଶୋଧନ (ଏସ୍ଆଇଆର୍) କରାଯିବ
- ପଶ୍ଚିମବଙ୍ଗରେ ଓଡ଼ିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ମାମଲାରେ ତିନି ଗିରପ
- “ପଶ୍ଚିମବଙ୍ଗକୁ ଦୁଷ୍କର୍ମକାରୀ ଏବଂ ଅପରାଧୀଙ୍କ ପାଇଁ ଏକ ସୁରକ୍ଷିତ ଠିକଣା – ବିଜେପି
- ପୁଣି ଥରେ ଆଇସିୟୁରେ ଭର୍ତ୍ତି ହୋଇଛନ୍ତି ସଙ୍ଗୀତକାର ଅଭିଜିତ ମଜୁମଦାର
- ବିଜେପିରୁ ପ୍ରାର୍ଥୀ ହେବେ ଜୟ ଢ଼ୋଲକିଆ
- ବୃହତ୍ ମତ୍ସ୍ୟ ମାର୍କେଟର ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ
- ଜଳେଶ୍ୱରର ଓଡ଼ିଆ ଡାକ୍ତରୀ ଛାତ୍ରୀଙ୍କୁ ଦୁର୍ଗାପୁରରେ ଗଣଦୁଷ୍କର୍ମ
- ରାଜ୍ୟ କ୍ୟାବିନେଟ୍ର ୨୮ତମ ବୈଠକ , ୧୫ଟି ପ୍ରସ୍ତାବ ଉପରେ ବାଜିଲା ମୋହର
- ଗଣତାନ୍ତ୍ରିକ ସମାଜରେ ଉଗ୍ରବାଦ, ଆତଙ୍କୀ କାର୍ଯ୍ୟକଳାପର କୌଣସି ସ୍ଥାନ ନାହିଁ
- ଆଇଏଏସ ସ୍ତରରେ ବଡ଼ ଧରଣର ଅଦଳବଦଳ
Prev Post
Next Post