ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ‘ଆମ ଓଡ଼ିଶା-ନବୀନ ଓଡ଼ିଶା’ କାର୍ଯ୍ୟକ୍ରମ ଶୁଭାରମ୍ଭ କରିଛନ୍ତି । ଓଡ଼ିଶାକୁ ନୂତନ ଓ ସଶକ୍ତ ଓଡ଼ିଶା ଗଠନର ଭିତ୍ତିଭୂମିକୁ ସୁଦୃଢ କରିବା ପାଇଁ ଏହି ଅଭିଯାନ ଆରମ୍ଭ କରିଛନ୍ତି । ରାଜ୍ୟର ପ୍ରତ୍ୟେକ ପଞ୍ଚାୟତ, ପ୍ରତି ଗାଁର ସଂସ୍କୃତିର ସୁରକ୍ଷା ସହ ଅତ୍ୟାଧୁନିକ ଭିତ୍ତିଭୂମିର ବିକାଶକୁ ପ୍ରଅଥମିକତା ଦିଆଯାଉଛି । ଏହାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ୩ଟି ଜିଲ୍ଲାରେ ଏହି କାର୍ଯ୍ୟକ୍ରମ ଶୁଭାରମ୍ଭ କରିଛନ୍ତି ।‘ଆମ ଓଡ଼ିଶା-ନବୀନ ଓଡ଼ିଶା’ର କାର୍ଯ୍ୟକ୍ରମକୁ ପ୍ରଥମେ ମୟୁରଭଞ୍ଜ, ବରଗଡ଼ ଓ ଦେବଗଡ଼ ଜିଲ୍ଲାରେ ଶୁଭାରମ୍ଭ କରାଯାଇଛି । ଏହି ୩ଟି ଜିଲ୍ଲାରେ ମୋଟ ୭୨୦୭ଟି ପ୍ରକଳ୍ପ କାର୍ଯ୍ୟକାରୀ ହେବ ଏବଂ ଏହି କାର୍ଯ୍ୟ ପାଇଁ ମୋଟି ୨୭୩ କୋଟି ଟଙ୍କା ଖର୍ଚ୍ଚ ହେବ ବୋଲି କୁହାଯାଇଛି । ଏହି ଯିଜନା ପାଇଁ ପ୍ରତ୍ୟେକ ପଞ୍ଚାୟତକୁ ୫୦ ଲକ୍ଷ ଟଙ୍କା ଦିଆଯିବ । ମୟୁରଭଞ୍ଜ ଜିଲ୍ଲାର ୫ଟି ନିର୍ବାଚନମଣ୍ଡଳୀକୁ ୧୧୧ କୋଟି ୫୦ ଲକ୍ଷ ଟଙ୍କା ମିଳିଥିବା ବେଳେ ବରଗଡ଼ର ୫ଟି ନିର୍ବାଚନମଣ୍ଡଳୀକୁ ୧୨୬ କୋଟି ୫୦ ଲକ୍ଷ ଟଙ୍କା ମିଳିଛି । ସେହିଭଳି ଦେବଗଡ଼ ଜିଲ୍ଲାର ଗୋଟିଏ ନିର୍ବାଚନମଣ୍ଡଳୀ ପାଇଁ ୩୫ କୋଟି ଟଙ୍କା ଅନୁମୋଦନ କରାଯାଇଛି ।
Trending
- ସୁଭଦ୍ରା ଯୋଜନାର ହିତାଧିକାରୀମାନେ ୬୦ ବର୍ଷ ବୟସ ପ୍ରାପ୍ତ କରିବା ପରେ ବାର୍ଦ୍ଧକ୍ୟ ପେନସନ ପାଇଁ ଆବେଦନ କରିପାରିବେ
- ପୁଣି ରାହୁଲ ଆଣିଲେ ଅଭିଯୋଗ
- ମହିଳା କନଷ୍ଟେବଳ ଶୁଭମିତ୍ରା ସାହୁଙ୍କ ଜୀବନ କେମିତି ନେଲା ଦୀପକ
- ଆଜିଠୁ ବିଧାନସଭାର ମୌସୁମୀ ଅଧିବେସନ ଆରମ୍ଭ
- ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଜନ୍ମଦିନରେ ଓଡ଼ିଶାରେ କୋଟିଏ ଛୁଇଁଲା ବୃକ୍ଷରୋପଣ
- ଶୁଭମିତ୍ରାଙ୍କ ହତ୍ୟା ପାଇଁ ୭ଦିନ ତଳୁ ହୋଇଥିଲା ଷଡ଼୍ଯନ୍ତ୍ର
- ବ୍ରହ୍ମଗିରି ବାଲି ହରଚଣ୍ଡୀ ଗଣଦୁଷ୍କର୍ମ ଘଟଣାକୁ ନେଇ ବିଜେଡି ତାତିଲା
- ୭୫ ବର୍ଷରେ ପାଦ ପାଦ ଦେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
- ଭଣ୍ଡ ସନ୍ନ୍ୟାସୀ କିଏ?
- ୯୧୩ଟି ନୂତନ ଅଙ୍ଗନୱାଡି କେନ୍ଦ୍ରର ଉଦଘାଟନ କଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା
Prev Post
Next Post