ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ‘ଆମ ଓଡ଼ିଶା-ନବୀନ ଓଡ଼ିଶା’ କାର୍ଯ୍ୟକ୍ରମ ଶୁଭାରମ୍ଭ କରିଛନ୍ତି । ଓଡ଼ିଶାକୁ ନୂତନ ଓ ସଶକ୍ତ ଓଡ଼ିଶା ଗଠନର ଭିତ୍ତିଭୂମିକୁ ସୁଦୃଢ କରିବା ପାଇଁ ଏହି ଅଭିଯାନ ଆରମ୍ଭ କରିଛନ୍ତି । ରାଜ୍ୟର ପ୍ରତ୍ୟେକ ପଞ୍ଚାୟତ, ପ୍ରତି ଗାଁର ସଂସ୍କୃତିର ସୁରକ୍ଷା ସହ ଅତ୍ୟାଧୁନିକ ଭିତ୍ତିଭୂମିର ବିକାଶକୁ ପ୍ରଅଥମିକତା ଦିଆଯାଉଛି । ଏହାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ୩ଟି ଜିଲ୍ଲାରେ ଏହି କାର୍ଯ୍ୟକ୍ରମ ଶୁଭାରମ୍ଭ କରିଛନ୍ତି ।‘ଆମ ଓଡ଼ିଶା-ନବୀନ ଓଡ଼ିଶା’ର କାର୍ଯ୍ୟକ୍ରମକୁ ପ୍ରଥମେ ମୟୁରଭଞ୍ଜ, ବରଗଡ଼ ଓ ଦେବଗଡ଼ ଜିଲ୍ଲାରେ ଶୁଭାରମ୍ଭ କରାଯାଇଛି । ଏହି ୩ଟି ଜିଲ୍ଲାରେ ମୋଟ ୭୨୦୭ଟି ପ୍ରକଳ୍ପ କାର୍ଯ୍ୟକାରୀ ହେବ ଏବଂ ଏହି କାର୍ଯ୍ୟ ପାଇଁ ମୋଟି ୨୭୩ କୋଟି ଟଙ୍କା ଖର୍ଚ୍ଚ ହେବ ବୋଲି କୁହାଯାଇଛି । ଏହି ଯିଜନା ପାଇଁ ପ୍ରତ୍ୟେକ ପଞ୍ଚାୟତକୁ ୫୦ ଲକ୍ଷ ଟଙ୍କା ଦିଆଯିବ । ମୟୁରଭଞ୍ଜ ଜିଲ୍ଲାର ୫ଟି ନିର୍ବାଚନମଣ୍ଡଳୀକୁ ୧୧୧ କୋଟି ୫୦ ଲକ୍ଷ ଟଙ୍କା ମିଳିଥିବା ବେଳେ ବରଗଡ଼ର ୫ଟି ନିର୍ବାଚନମଣ୍ଡଳୀକୁ ୧୨୬ କୋଟି ୫୦ ଲକ୍ଷ ଟଙ୍କା ମିଳିଛି । ସେହିଭଳି ଦେବଗଡ଼ ଜିଲ୍ଲାର ଗୋଟିଏ ନିର୍ବାଚନମଣ୍ଡଳୀ ପାଇଁ ୩୫ କୋଟି ଟଙ୍କା ଅନୁମୋଦନ କରାଯାଇଛି ।
Trending
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
- ଆଜିଠାରୁ ସଂସଦର ମୌସୁମୀ ଅଧିବେଶନ
- ମହାପ୍ରଭୁଙ୍କ ଦୁର୍ଲଭ ଆଡ଼ପ ଦର୍ଶନ କରୁଛନ୍ତି ଭକ୍ତ, ପ୍ରବଳ ଖରା ଓ ଗୁଳୁଗୁଳି ଯୋଗୁଁ ମହିଳା ଶ୍ରଦ୍ଧାଳୁ ଅସୁସ୍ଥ
- ରାଜ୍ୟରେ କୌଣସି ନଦୀରେ ନାହିଁ ବନ୍ୟା ସ୍ଥିତି,ମୁଣ୍ଡଳୀରେ ଅଢେଇ ଲକ୍ଷ କ୍ୟୁସେକ୍ ପାଣି ଆସିବ , ଯାହା ବିପଦ ନୁହେଁ – ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ
- ଶ୍ରୀମନ୍ଦିରରେ ଏଏସଆଇ ଟିମ୍,ଗର୍ଭଗୃହ, ନାଟମଣ୍ଡପ ସହିତ ଭୋଗ ମଣ୍ଡପର ସଂରକ୍ଷିତ କାର୍ଯ୍ୟ କରାଯିବ
- ପୁଣି ଥରେ ମହାକାଶରେ ଇତିହାସ ସୃଷ୍ଟି କରିଛି ଭାରତ,ସଫଳତାର ସହ ଉତକ୍ଷେପଣ କଲା
Prev Post
Next Post