ଆସନ୍ତା କାଲି ୧୪ ଓ ୧୫ ତାରିଖରେ ରାଜ୍ୟର ସମସ୍ତ ଟାଟା ପାୱାର କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ଓ ଆନେ୍ଦାଳନ :ବିଜେପି

ରାଜ୍ୟ ସରକାରଙ୍କ ପ୍ରତ୍ୟକ୍ଷ ପ୍ରୋତ୍ସାହନରେ ବିଜୁଳି ବିତରଣ କଂପାନୀ ଟାଟା ପାୱାରର ଅରାଜକତା ସମସ୍ତ ସୀମା ଉଲ୍ଲଂଘନ କରିଛି । ସରକାରଙ୍କ ନିୟନ୍ତ୍ରଣ ବାହାରେ ଟାଟା ପାୱାର ଅଛି ଏବଂ ସାଧାରଣ ଉପଭୋକ୍ତା ନାହିଁ ନଥିବା କଷ୍ଟ ଭୋଗୁଛନ୍ତି । ରାଜ୍ୟରେ ପ୍ରବଳ ଗ୍ରୀଷ୍ମପ୍ରବାହ ଜାରୀ ରହିଥିବାବେଳେ ସାମାନ୍ୟ ବର୍ଷା, ପବନ, ଧୂଳିଝଡରେ ଯେଉଁଭଳି ଭାବରେ ମନଇଚ୍ଛା ବିଦୁ୍ୟତ୍ କାଟ କରାଯାଉଛି, ତାହା ଅତ୍ୟନ୍ତ ଯନ୍ତ୍ରଣାଦାୟକ । ୪୫ ଡିଗ୍ରୀ ଖରାରେ ଲୋକେ ହନ୍ତସନ୍ତ ହେଉଛନ୍ତି । ସାଧାରଣ ଉପଭୋକ୍ତା, ବୁଦ୍ଧିଜୀବି, ଗଣମାଧ୍ୟମ, ସ୍ୱେଚ୍ଛାସେବୀ ସଂଗଠନ ଓ ରାଜନୈତିକ ଦଳଗୁଡିକ ବିଜୁଳି କାଟ୍ ପ୍ରତିବାଦରେ ସ୍ୱର ଉତେଳନ କଲେ ସୁଦ୍ଧା ଉଭୟ ଟାଟା ପାୱାର ଏବଂ ରାଜ୍ୟ ସରକାର ଜବାବ୍ ଦେଉନାହାନ୍ତି । ଯେପରି ମନେ ହେଉଛି, ଏ ସମସ୍ତ ବ୍ୟବସ୍ଥାର ମାଲିକ ରାଜ୍ୟ ସରକାର ନୁହଁ ବରଂ ଟାଟା ପାୱାର । କେବଳ ମାତ୍ର ବିଜୁଳି ବିତରଣ ପାଇଁ ଅନୁବନ୍ଧିତ ହୋଇଥିବା ଗୋଟିଏ ଘରୋଇ କଂପାନୀ ପ୍ରତି ରାଜ୍ୟ ସରକାରଙ୍କ ଏଭଳି ଅହେତୁକ ଅନୁକଂପା ସବୁଠୁ ବଡ ପ୍ରଶ୍ନ ହୋଇ ଛିଡା ହୋଇଛି । ଶକ୍ତି ବିଭାଗର ବିଫଳତା ଏବଂ ରାଜ୍ୟ ସରକାରଙ୍କ ଟାଟା ପାୱାର କଂପାନୀ ପ୍ରୀତି ପ୍ରତିବାଦରେ ଭାରତୀୟ ଜନତା ପାର୍ଟୀ ତରଫରୁ ଆସନ୍ତା କାଲି ୧୪ ଓ ୧୫ ତାରିଖରେ ସାରା ରାଜ୍ୟରେ ଥିବା ଟାଟା ପାୱାର କାର୍ଯ୍ୟାଳୟ ସମ୍ମୁୁଖରେ ବିକ୍ଷୋଭ ଓ ଆନେ୍ଦାଳନ କରାଯିବ ବୋଲି ରାଜ୍ୟ ସାଧାରଣ ସଂପାଦକ ଶ୍ରୀ ପୃଥ୍ୱୀରାଜ ହରିଚନ୍ଦନ ସୁଚନା ଦେଇଛନ୍ତି ।